ଓଡିଶା

odisha

ETV Bharat / city

ଆସନ୍ତାକାଲି 4 ଜିଲ୍ଲାରେ ପ୍ରବଳ ବର୍ଷା ! - ପାଣିପାଗ ସୂଚନା

ଶନିବାର ରାଜ୍ୟର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ପୂର୍ବାନୁମାନ କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢନ୍ତୁ...

ଆସନ୍ତାକାଲି 4 ଜିଲ୍ଲାରେ ପ୍ରବଳ ବର୍ଷା
ଆସନ୍ତାକାଲି 4 ଜିଲ୍ଲାରେ ପ୍ରବଳ ବର୍ଷା

By

Published : Aug 6, 2021, 9:48 PM IST

ଭୁବନେଶ୍ବର: ଉତ୍ତର ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ଏକ ଘୂର୍ଣ୍ଣିବଳୟ ରହିଛି । ଯାହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡିଶାର ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକ ହେଲେ କୋରାପୁଟ, ମାଲକାନଗିରି, ରାୟଗଡା ଓ ମୟୂରଭଞ୍ଜ ।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ନୟାଗଡ଼, ଗଞ୍ଜାମ, ଗଜପତି ଓ କନ୍ଧମାଳ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ସମ୍ଭାବନା ରହିଛି । ଏଣୁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଆସନ୍ତାକାଲି 4 ଜିଲ୍ଲାରେ ପ୍ରବଳ ବର୍ଷା
ଆସନ୍ତାକାଲି ପ୍ରବଳ ବର୍ଷା ହେବା ସହ ୮ ଓ ୯ ତାରିଖରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ତେବେ ଗତ ୨୪ ଘଣ୍ଟାରେ ମାଲକାନଗିରି ଜିଲ୍ଲାରେ ସର୍ବାଧିକ ୭୨.୦ମିମି ବର୍ଷା ରେକର୍ଡ କରାଯାଇଛି ।ରାଜ୍ୟରେ ଜୁନ ୧ ରୁ ଅଗଷ୍ଟ ୬ ପର୍ଯ୍ୟନ୍ତ ମୋଟ ମୌସୁମୀ ବର୍ଷା ୪୭୩.୨.୮ ମିମି ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ୬୩୯.୬ ମିମି ଠାରୁ ୨୬ ପ୍ରତିଶତ କମ୍ । ୨୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବାବେଳେ ୧୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ଭଦ୍ରକ, ଯାଜପୁର ଓ ଗଜପତି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details