ଓଡିଶା

odisha

ETV Bharat / city

ଲଘୁଚାପରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି - Heavy rainfall

ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର । ଅଧିକ ପଢନ୍ତୁ...

ଲଘୁଚାପରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି
ଲଘୁଚାପରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

By

Published : Aug 25, 2020, 5:53 PM IST

ଭୁବନେଶ୍ବର: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଜାରି ରହିଛି । ଆସନ୍ତା ଦୁଇ ଦିନ ପ୍ରବଳ ବର୍ଷା ହେବା ନେଇ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।

ଲଘୁଚାପରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଏନେଇ ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାକୁ ରେଡ଼ ଆଲର୍ଟ କରାଯାଇଛି । ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ପ୍ରବଳ ବର୍ଷା ହେବ । ସେହିଭଳି ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ, ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ଆଲର୍ଟ କରାଯାଇଛି । ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ହେବ । ଏଥିପାଇଁ ସମସ୍ତ ଜିଲ୍ଲାପାଳଙ୍କୁ ସତର୍କ କରାଯାଇଛି । ସବୁ କର୍ମଚାରୀଙ୍କୁ ପ୍ରସ୍ତୁତ ରହିବାକୁ କୁହାଯାଇଛି । ଜଳବନ୍ଦୀ ଓ ବନ୍ୟା ସ୍ଥିତି ଉପୁଜିବାର ସମ୍ଭାବନା ରହିଛି ।

ଲଘୁଚାପରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି
ଲଘୁଚାପରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ନେଇ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details