ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ଆଜି(ସୋମବାର) ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏପଟେ ରାଜଧାନୀ ଭୁବନେଶ୍ବର ସମେତ ଉପକୂଳ ଓଡ଼ିଶାରେ ବର୍ଷା ଲାଗି ରହିଛି। ଏହାଛଡ଼ା କଟକ, ପୁରୀ, ଜଗତସିଂହପୁର, ବାଲେଶ୍ବରରେ ବି ବର୍ଷା ହେଉଛି। ତେବେ ଆଜି ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଏହି ୭ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ତେଣୁ ଏହି ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ଘଡ଼ଘଡ଼ି ଓ ବଜ୍ରପାତ ଆଶଙ୍କା ନେଇ ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, ଖୋର୍ଦ୍ଧା ଓ ପୁରୀ ଆଦି ୧୭ ଜିଲ୍ଲାକୁ ମଧ୍ୟ ସତର୍କ ସୂଚନା ଜାରି କରାଯାଇଛି। ଏଭଳି ପାଗ ଆସନ୍ତା ୨ରୁ ୩ ଦିନ ଯାଏଁ ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି।