ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ । ଯାହାର ପ୍ରଭାବରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଦକ୍ଷିଣ ଓଡ଼ିଶାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ପ୍ରବଳ ବର୍ଷା ଆଶଙ୍କା: 18 ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି - ପ୍ରବଳ ବର୍ଷା ଆଶଙ୍କା
ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବ । ଯାହାର ପ୍ରଭାବରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କାରେ ଦକ୍ଷିଣ ଓଡ଼ିଶାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ଫାଇଲ ଫଟୋ
ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଯାଜପୁର, କଟକ, ବଲାଙ୍ଗୀର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ଭଦ୍ରକ, ନବରଙ୍ଗପୁର, ଜଗତସିଂହପୁର, ସୁନ୍ଦରଗଡ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ସେହିପରି ମାଲକାନଗିରି, ରାୟଗଡା, କୋରାପୁଟ, କଳାହାଣ୍ଡିରେ ଅତିରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏନେଇ ଉକ୍ତ ଜିଲ୍ଲା ଗୁଡିକରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି ।
ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ଇଟିଭି ଭାରତ