ଓଡିଶା

odisha

ETV Bharat / city

୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱାର୍ଣ୍ଣିଂ ଜାରି - ପାଣିପାଗ ସୂଚନା

ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ରାଜ୍ୟର କିଛି ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି । ଅଧିକ ପଢନ୍ତୁ...

୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା, ୟୋଲୋ ୱାର୍ନିଂ ଜାରି
୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା

By

Published : Jun 8, 2021, 9:55 PM IST

Updated : Jun 8, 2021, 10:22 PM IST

ଭୁବନେଶ୍ବର: ଆସନ୍ତା ୧୧ ତାରିଖରେ ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିସହିତ ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ ଆସନ୍ତା ଦୁଇ କିମ୍ବାର ତିନି ଦିନ ଭିତରେ ଓଡିଶା ଛୁଇଁବା ଆଶଙ୍କା ରହିଛି। ଏହାର ପ୍ରଭାବରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆଲର୍ଟ ଜାରି ହୋଇଛି । ବର୍ଷା ସହ ବିଜୁଳି ଘଡଘଡି ସମୟରେ ନିରାପଦ ସ୍ଥାନରେ ସୁରକ୍ଷିତ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର।

୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା, ୟୋଲୋ ୱାର୍ନିଂ ଜାରି

ଆସନ୍ତା ୨୪ ଘଣ୍ଟା, ମଧ୍ୟରେ ରାଜ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି । ସେହିପରି ୧୦ ତାରିଖ ସକାଳ ୮.୩୦ ସୁଦ୍ଧା ଅନୁଗୋଳ,ଢେଙ୍କାନାଳ, କଟକ,ଭଦ୍ରକ,ଯାଜପୁର, ବୌଦ୍ଧ ,କନ୍ଧମାଳ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ।

ଏହାବ୍ୟତୀତ ବାଲେଶ୍ବର ,କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ,ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି ମୟୁରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଲ ବର୍ଷା ନେଇ ୟେଲୋ ୱାର୍ନିଂ ଜାରି କରିଛି ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ସେହିପରି ୧୧ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Jun 8, 2021, 10:22 PM IST

ABOUT THE AUTHOR

...view details