ଓଡିଶା

odisha

ETV Bharat / city

ଲଘୁଚାପ ଯୋଗୁଁ 22 ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତାକାଲି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା। ବଙ୍ଗୋପସାଗରେ ଲଘୁଚାପ ଯୋଗୁଁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଅଧିକ ଖବର ପଢନ୍ତୁ...

By

Published : Aug 18, 2020, 8:54 PM IST

ଲଘୁଚାପ ଯୋଗୁଁ 22 ଯାଏଁ ରାଜ୍ୟରେ ପ୍ରବଳ ବର୍ଷା
ଲଘୁଚାପ ଯୋଗୁଁ 22 ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆସନ୍ତାକାଲି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା। ବଙ୍ଗୋପସାଗରେ ଲଘୁଚାପ ଯୋଗୁଁ ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଉତ୍ତର- ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସମୁଦ୍ର ପତ୍ତନ ଠାରୁ ୫.୮ କିଲୋମିଟରରୁ ୭.୬ କିଲୋମିଟର ମଧ୍ୟରେ ଏକ ସାଇକ୍ଲୋନିକ୍‌ ସଞ୍ଚାର ସୃଷ୍ଟି ହୋଇଛି ।

ଲଘୁଚାପ ଯୋଗୁଁ 22 ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଏହାର ପ୍ରଭାବରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ , ଲଘୁଚାପ ସୃଷ୍ଟିହେବା ସହ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇ ଧୀରେ ଧୀରେ ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ରାଜଧାନୀସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ।

ଲଘୁଚାପ ଯୋଗୁଁ 22 ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୯ ତାରିଖ ମଧ୍ୟାହ୍ନ ସୁଦ୍ଧା ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଅଧିକାଂଶ ଜିଲ୍ଲା ସମେତ ଓଡିଶାର ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି । ଏହି ସମୟ ମଧ୍ୟରେ ବରଗଡ, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଝାରସୁଗୁଡା, କେନ୍ଦୁଝର, ଅନୁଗୋଳ, ମୟୂରଭଞ୍ଜ, ବଲେଶ୍ବର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହା ଫଳରେ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଲଘୁଚାପ ଯୋଗୁଁ 22 ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

୨୦ ତାରିଖରେ ଓଡିଶାର ଅଧିକାଂଶ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏଥିସହ ଏହି ସମୟ ମଧ୍ୟରେ ସମ୍ବଲପୁର, ଦେବଗଡ, ଅନୁଗୋଳ, ଢ଼େଙ୍କାନାଳ, ସୁନ୍ଦରଗଡ, କଟକ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, କେନ୍ଦୁଝର, ବଲାଙ୍ଗୀର, ସୋନପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନ ସହ ଦେବଗଡ, ସମ୍ବଲପୁର ଜିଲ୍ଲା ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ଏତଦବ୍ୟତୀତ ଏହି ସମୟ ମଧ୍ୟରେ କଳାହାଣ୍ଡି, କୋରାପୁଟ ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡା, ବରଗଡ, ଜଗତସିଂହପୁର, ବୌଦ୍ଧ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।୨୧ ତାରଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ତଥା ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ଥିବାବେଳେ ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ବଲାଙ୍ଗୀର, ନୂଆପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

୨୨ ତାରିଖରେ ଓଡ଼ିଶାର ଅଧିକାଂଶ ଜିଲ୍ଲାର ଅଳ୍ପ କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details