ଓଡିଶା

odisha

ETV Bharat / city

24 ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା, 9 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ - Heavy rains in South Odisha

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ, କୋରାପୁଟ, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରଯାଇଛି ।

heavy-rains-in-24-hours-in-south-odisha-yellow-warning-in-9-districts
24 ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା, 9 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ

By

Published : Jul 28, 2020, 9:29 PM IST

ଭୁବନେଶ୍ବର: ବିଭିନ୍ନ ଜିଲ୍ଲାରେ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି। ମୌସୁମୀ ସହ ଜଡିତ ଟ୍ରଫ ଲାଇନର ସ୍ଥିତି ହିମାଳୟର ପାଦଦେଶରେ ରହିଥିବାରୁ ଓଡିଶାରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବାହ ଦୁର୍ବଳ ରହିଛି। ଗତ ୨୪ ଘଣ୍ଟାରେ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ଅନୁଭୂତ ହୋଇଥିବା ବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ କିଛି-କିଛି ସ୍ଥାନରେ ବର୍ଷା ଅନୁଭୂତ ହୋଇଛି। ନବରଙ୍ଗପୁର ଜିଲ୍ଲାର ଝରିଗାଁ ଠାରେ ସର୍ବାଧିକ ୧୦୦.୨ ମିମି ବର୍ଷ ରେକର୍ଡ ହୋଇଥିବା ବେଳେ କେନ୍ଦୁଝର ଜିଲ୍ଲାର ହାଟଡିହ ଠାରେ ୮୦.୧ ମିମି ବର୍ଷା ଏବଂ କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ଠାରେ ୭୨.୦ ମିମି ବର୍ଷା ରେକର୍ଡ କରାଯାଇଛି।

ଗତ ୨୪ ଘଣ୍ଟାରେ ଭୁବନେଶ୍ୱର, କଟକ ଏବଂ ଚାନ୍ଦବାଲି ଠାରେ ସର୍ବୋଚ୍ଚ ଦିନ ତାପମାତ୍ରା ୩୭.୨ ଡିଗ୍ରୀ ସି ରେକର୍ଡ କରାଯାଇଛି। ଗତକାଲିର ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାଶ୍ୱବର୍ତ୍ତି ଆଣ୍ଡାମାନ ସାଗର ଅଞ୍ଚଳରେ ଥିବା ଘୁର୍ନି ବଳୟ, ଦକ୍ଷିଣ-ପୂର୍ବ ଏବଂ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସମୁଦ୍ର ପତ୍ତନ ରୁ ୫.୮ କିମି ଯାଏ ବ୍ୟାପିଛି । ବିହାରରୁ ଉତ୍ତର ଓଡିଶା ଉପକୂଳ ଯାଇଁ ସମୁଦ୍ର ପତ୍ତନ ଠାରୁ ୧.୫ କିମି ଉପରେ ଏକ ଟ୍ରଫ ଲାଇନ ରହିଛି।

24 ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା, 9 ଜିଲ୍ଲାକୁ ୟେଲୋ ୱାର୍ନିଙ୍ଗ
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ, କୋରାପୁଟ, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରଯାଇଛି । କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ବୌଦ୍ଧ, ନୟାଗଡ, ଖୋର୍ଦ୍ଧା, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ବିଜୁଳି-ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି।୨୯ ତାରିଖ ବୁଧବାରରେ ଓଡିଶାର ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ କିଛି-କିଛି ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାବେଳେ ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ଗୋଟିଏରୁ ଦୁଇଟି ସ୍ଥାନରେ ସମ୍ଭାବନା ରହିଛି । ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, କନ୍ଧମାଳ, ନୂଆପଡା, ବରଗଡ, ସୁନ୍ଦରଗଡ, କେନ୍ଦୁଝର,ଏବଂ ମୟୁରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି।୩୦ ଏବଂ ୩୧ ତାରିଖରେ ତାରିଖରେ ବର୍ଷାର ପରିମାଣ କମିବାର ସମ୍ଭାବନା ରହିଛି । ୩୧ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡା, ନବରଙ୍ଗପୁର, ଗଜପତି, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୁରଭଞ୍ଜ ଜିଲ୍ଲାରେ ବିଜୁଳି ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରଯାଇଛି । ୦୧ ଅଗଷ୍ଟରେ ଦକ୍ଷିଣ ଓଡ଼ିଶାରେ କିଛି ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।୧ ଜୁନରୁ ୨୮ ଜୁଲାଇ ୨୦୨୦ ମଧ୍ୟରେ ଓଡ଼ିଶାରେ ଋତୁ କାଳୀନ ୪୬୪.୧ ମିମି ବର୍ଷା ରେକର୍ଡ ହୋଇଛି ଯାହା ସ୍ୱାଭାବିକ ବର୍ଷା ୫୨୬.୬ ମିମି ଠାରୁ ୧୨ ପ୍ରତିଶତ କମ। ୧ ଜୁନରୁ ୨୮ ଜୁଲାଇ ମଧ୍ୟରେ ଓଡ଼ିଶାର ୧୨ ଗୋଟି ଜିଲ୍ଲା, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ, ଜଗତସିଂହପୁର, ପୁରୀ, ମୟୁରଭଞ୍ଜ, କେନ୍ଦୁଝର ଏବଂ ସୋନପୁରଠାରେ ସ୍ୱାଭାବିକ ବର୍ଷାଠାରୁ କମ ବର୍ଷା ରେକର୍ଡ କରାଯାଇଛି। ଝାରସୁଗୁଡା ଏବଂ ନୂଆପଡା ଜିଲ୍ଲାରେ ସ୍ୱାଭାବିକ ବର୍ଷାଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଛି । ୧୨ ଗୋଟି ଜିଲ୍ଲାରେ ସ୍ୱଭାବିକ ଠାରୁ କମ, ଦୁଇଟି ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ଏବଂ ଅବଶିଷ୍ଟ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି।
ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details