କଟକ:ଓଆରଏଚଡିସି ଋଣ ଦୁର୍ନୀତି ମାମଲା(ORHDC Scam)ରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ଆଜି ହାଇକୋର୍ଟରେ ପ୍ରକାଶ ପାଇବ ରାୟ । ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମଙ୍କୁ ଦଣ୍ଡାଦେଶ ପରେ ସେ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଦେବାକୁ ମୋକିମ କରିଥିବା ଆବେଦନର ଶୁଣାଣି ଶେଷ କରି ରାୟ ସଂରକ୍ଷିତ ରଖିଥିଲେ ହାଇକୋର୍ଟ । ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ।
ଗତ ୧୦ ତାରିଖରେ ମୋକିମଙ୍କ ଆବେଦନକୁ ଗ୍ରହଣ କରିବା ସହ ହାଇକୋର୍ଟ ମାମଲାର ଶୁଣାଣି କରି ମୋକିମଙ୍କୁ ଜାମିନ ପ୍ରଦାନ କରିଥିଲେ । ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ସେ ଜାମିନ ଯାଇ ପାରିବେ ବୋଲି ସର୍ତ୍ତ ରଖିଥିଲେ ହାଇକୋର୍ଟ । ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ବର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ । ଜବାବ ରଖିବାକୁ ପ୍ରତିପକ୍ଷ ସମୟ ମଗାଯାଇଥିଲା । ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ରହିତାଦେଶ ଜାରି ନେଇ ଉଭୟ ପକ୍ଷଙ୍କ ଯୁକ୍ତି ଶୁଣିବା ପରେ ନିଜ ରାୟକୁ ସଂରକ୍ଷିତ ରଖିଛନ୍ତି ଖଣ୍ଡପୀଠ(Court reserves Verdict) ।
ଏହାମଧ୍ୟ ପଢନ୍ତୁ: ORHDC Scam: ହାଇକୋର୍ଟରେ ମୋକିମଙ୍କ ମାମଲା, ରାୟ ସଂରକ୍ଷିତ