ଓଡିଶା

odisha

ETV Bharat / city

ରାଜ୍ୟରେ ପ୍ରବଳ ବର୍ଷା, ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ - ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ଲାଗି ରହିଛି ବର୍ଷା । ଆଜି ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି । ଅଧିକ ପଢନ୍ତୁ

ରାଜ୍ୟରେ ପ୍ରବଳ ବର୍ଷା, ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
ରାଜ୍ୟରେ ପ୍ରବଳ ବର୍ଷା, ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

By

Published : Aug 20, 2022, 2:25 PM IST

ଭୁବନେଶ୍ବର:ସକ୍ରିୟ ଗଭୀର ଅବପାତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା ଦେଇ ଝାଡ଼ଖଣ୍ଡରୁ ଉତ୍ତର ଛତିଶଗଡ ମୁହାଁ ହେବ । ଏହା ପରବର୍ତ୍ତୀ ସମୟରେ ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ଗତ ୬ ଘଣ୍ଟାରେ ଗଭୀର ଅବପାତ ଘଣ୍ଟାପ୍ରତି ୧୫ କିମି ବେଗରେ ଗତିକରି ଦକ୍ଷିଣ ଝାଡ଼ଖଣ୍ଡ ପାର୍ଶ୍ଵବର୍ତ୍ତୀ ଉତ୍ତର ଓଡିଶା ଅଞ୍ଚଳରେ ଝାରସୁଗୁଡା ଠାରୁ ପୂର୍ବ ଉତ୍ତର ପୂର୍ବ ଦିଗରେ ୧୭୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି । ଏହା ଦକ୍ଷିଣ ଦକ୍ଷିଣ ପଶ୍ଚିମ ଦିଗରେ ଜାମସେଦପୁର ଠାରୁ ୬୦ କିମି ଦୂରରେ ଓ ରାଞ୍ଜିରୁ ଦକ୍ଷିଣ ଦକ୍ଷିଣ ପୂର୍ବ ଦିଗରେ ୭୦ କିମି ଦୂରରେ ଅବସ୍ଥିତ । ଅବପାତ ପଶ୍ଚିମ ଉତ୍ତରପଶ୍ଚିମ ଦିଗରେ ଝାଡ଼ଖଣ୍ଡ, ଉତ୍ତର ଛତିଶଗଡ ଦେଇ ଗତି କରିବା ସହ ଉତ୍ତର ମଧ୍ୟପ୍ରଦେଶ ମୁହାଁ ହେବ ।

ରାଜ୍ୟରେ ପ୍ରବଳ ବର୍ଷା, ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଗଭୀର ଅବପାତ ପ୍ରଭାବରେ ରାଜ୍ୟର ଗତ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ବାଲେଶ୍ବରର ଭୋଗରାଇରେ ସର୍ବାଧିକ ୨୧୬ ମିମି ବର୍ଷା ରେକର୍ଡ ହୋଇଛି । ୨ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ, ୨୭ ସ୍ଥାନରେ ଅତି ପ୍ରବଳ ଏବଂ ୪୯ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଲାଗି ରହିଛି । ଆଜି ଉତ୍ତର ଓ ପଶ୍ଚିମ ଓଡ଼ିଶାରେ ବର୍ଷା ଜନିତ ସର୍ବାଧିକ ପ୍ରଭାବ ନେଇ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିସବୁ ଜିଲ୍ଲାଗୁଡ଼ିକ ହେଲୋ ଝାରସୁଗୁଡ଼ା ସୁନ୍ଦରଗଡ଼, କେଉଁଝର, ଦେଓଗଡ଼,ସମ୍ବଲପୁର, ବରଗଡ଼, ସୋନପୁର,ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ ।

୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ମୟୂରଭଞ୍ଜ, ଅନୁଗୁଳ, କୋରାପୁଟ, ନୂଆପଡ଼ା, ଢେଙ୍କାନାଳ, ନବରଙ୍ଗପୁର ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ସମୟରେ ପବନର ବେଗ ୪୦ରୁ ୫୦ ଏବଂ ସର୍ବାଧିକ ୬୦ କିମି ରହିବ । ଉତ୍ତର ଓଡ଼ିଶାର ସୁନ୍ଦରଗଡ଼, କେନ୍ଦୁଝର, ମୟୂଭଞ୍ଜରେ ସର୍ବାଧିକ ୫୦ କିମି ବେଗରେ ପବନ ବହିବ । ଓଡ଼ିଶାର ସମସ୍ତ ବନ୍ଦର ଗୁଡିକ ପାଇଁ ୩ ନମ୍ବର ବିପଦ ସଙ୍କେତ ଜାରି ହୋଇଛି । ସମୁଦ୍ର ଅଶାନ୍ତ ଥିବାରୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମନା କରାଯାଇଛି ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details