ଓଡିଶା

odisha

ତିନିବର୍ଷ ମଧ୍ୟରେ ସବୁ ବସ୍ତି ହେବ ଆଦର୍ଶ କଲୋନୀ

By

Published : Sep 28, 2020, 3:33 PM IST

Updated : Sep 28, 2020, 3:42 PM IST

ରାଜ୍ୟରେ ତିନି ବର୍ଷ ମଧ୍ୟରେ ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ । ବିଜୁଳି, ସୁଦ୍ଧ ପିଇବା ପାଣି, ରାସ୍ତା, ଗୋଷ୍ଠୀକେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଅଣାଯିବା ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢନ୍ତୁ....

ତିନିବର୍ଷରେ ସବୁ ବସ୍ତି ହେବ ଆଦର୍ଶ କଲୋନୀ
ତିନିବର୍ଷରେ ସବୁ ବସ୍ତି ହେବ ଆଦର୍ଶ କଲୋନୀ

ଭୁବନେଶ୍ବର: ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଆଜି ଫକୀରମୋହଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ବରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେ କହିଛନ୍ତି, ସହରର ବିକାଶ ଠାରୁ ଆରମ୍ଭ କରି କୋଭିଡ ଲଢେଇ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି। ତେଣୁ ବିକାଶ ଉପରେ ମଧ୍ୟ ସେମାନଙ୍କର ସମାନ ଅଧିକାର ରହିଛି । ଏହି ଯୋଜନାରେ ରାଜ୍ୟର ବସ୍ତିରେ ବିଜୁଳି, ଶୁଦ୍ଧ ପିଇବା ପାଣି, ରାସ୍ତା, ଗୋଷ୍ଠୀକେନ୍ଦ୍ର ଆଦି ନାଗରିକ ସୁବିଧାର ବିକାଶ କରି ବସ୍ତିର ଲୋକମାନଙ୍କ ଜୀବନଧାରଣ ମାନରେ ଉନ୍ନତି ଅଣାଯିବା ସହିତ ଜୀବିକା ପାଇଁ ମଧ୍ୟ ସୁଯୋଗ ସୃଷ୍ଟି କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟର ଏକ ହଜାର ବସ୍ତିରେ ଏହି କାର୍ଯ୍ୟକ୍ରମ ତୁରନ୍ତ ଆରମ୍ଭ କରାଯିବ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ଯାଗା ମିଶନ ସାରା ଦେଶରେ ଇତିହାସ ସୃଷ୍ଟି କରିଥିଲା। ଏପରିକି ଏହି କାର୍ଯ୍ୟକ୍ରମ ବିଶ୍ବ ସମୁଦାୟର ମଧ୍ୟ ଦୃଷ୍ଟି ଆକର୍ଷଣ କରିପାରିଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ କୋଭିଡ ନିୟମାବଳୀ ପାଳନ କରିବା ପାଇଁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ବାଲେଶ୍ବରର ୪୧ଟି ବସ୍ତିର ୨୦୫୪ ଜଣଙ୍କୁ ଏବଂ ସାରା ରାଜ୍ୟରେ ୧,୦୫,୦୦୦ ଘରବାଡ଼ି ପଟ୍ଟା ଆବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପୂର୍ବରୁ ୬୦ ହଜାର ବସ୍ତି ଲୋକଙ୍କୁ LEC ପ୍ରଦାନ କରାଯାଇଛି। ଆଗାମୀ ୩ ମାସ ମଧ୍ୟରେ ୧ ଲକ୍ଷ ୬୫ ହଜାରରୁ ଅଧିକ ଲୋକ LEC ପାଇବେ। ସୂଚନାଯୋଗ୍ୟ ଯେ ସାରା ରାଜ୍ୟର ୧୦୧ଟି ପୌରାଞ୍ଚଳର ୧୭୧୮ଟି ବସ୍ତିର ସାଢେ ଚାରି ଲକ୍ଷ ଲୋକ ଘରବାଡି ପଟ୍ଟା ଦ୍ବାରା ଉପକୃତ ହେବେ ।

ତିନିବର୍ଷ ମଧ୍ୟରେ ସବୁ ବସ୍ତି ହେବ ଆଦର୍ଶ କଲୋନୀ

ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧୬ଟି ବହୁମୁଖୀ ଗୋଷ୍ଠୀ କେନ୍ଦ୍ର ‘ପରିଚୟ’ ର ମଧ୍ୟ ଲୋକାର୍ପଣ କରିଛନ୍ତି। ସୂଚନାଯୋଗ୍ୟ ଯେ ଆଉ ୪୦୦ଟି ପରିଚୟ ବହୁମୁଖୀ ଗୋଷ୍ଠୀକେନ୍ଦ୍ର ନିର୍ମାଣାଧୀନ ଅଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବସ୍ତି ଉନ୍ନତୀକରଣ କାର୍ଯ୍ୟକ୍ରମର (Slum Upgradation Programme) ଶୁଭାରମ୍ଭ କରିଛନ୍ତି ଏବଂ ଏହାର SOP document ଉନ୍ମୋଚିତ କରିଥିଲେ। ଏହି ଅବସରରେ ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ତଥା ଦିଲ୍ଲୀସ୍ଥିତ ସେଣ୍ଟର ପଲିସି ରିସର୍ଚ୍ଚ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିଲା। ସେପଟେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ଓ ଗୃହନିର୍ମାଣ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ସହରର ଅନ୍ୟ ଅଞ୍ଚଳ ସହିତ ବସ୍ତି ଉନ୍ନତିକରଣ ଯୋଜନା ଓ ତାଲିକା ପ୍ରସ୍ତୁତ ହୋଇସାରିଛି । ବର୍ତ୍ତମାନ ବସ୍ତିର ଜନସାଧାରଣ ସହରର ଅନ୍ୟ ଅଞ୍ଚଳ ପରି ସମାନ ସୁବିଧା ଓ ସମାନ ଅଧିକାର ପାଇପାରିବେ। ଗରିବ ଲୋକଙ୍କ ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ବ ପାଇଁ ସେ ଧନ୍ୟବାଦ ଦେଇଥିଲେ।

ଭୁବନେଶ୍ବରରୁ ତପନ ଦାସ, ଇଟିଭି ଭାରତ

Last Updated : Sep 28, 2020, 3:42 PM IST

ABOUT THE AUTHOR

...view details