ଭୁବନେଶ୍ବର: ଆହୁରି ହାଡଭଙ୍ଗା ଶୀତରେ ଥରିବ ଓଡିଶା । ବିଶେଷ କରି ଆଭ୍ୟନ୍ତରୀଣ ଓଡିଶାରେ ପାରଦ ଖସିବ । ରାତ୍ରି ତାପମାତ୍ରାରେ ସାମାନ୍ୟ ବୃଦ୍ଧି ପାଇଥିବାରୁ ଆସନ୍ତା ୨୪ ଘଣ୍ଟା ଶୁକ୍ରବାର ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ତାପମାତ୍ରା ସ୍ୱାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ତଳକୁ ଖସିବ ଫଳରେ ଶୀତର ପ୍ରକୋପ ବୃଦ୍ଧି ପାଇବ ।
ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଉପକୂଳବର୍ତ୍ତୀ ଜିଲ୍ଲା ଗୁଡିକରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ କମ ରହିବାର ସମ୍ଭାବନା ରହିଛି । ଭୁବନେଶ୍ୱର ଓ କଟକରେ ହାଲକା କୁହୁଡି ଦେଖାଯିବାର ସମ୍ଭାବନା ରହିଛି ବୋଲି ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।