ଓଡିଶା

odisha

ETV Bharat / city

ଯଶସ୍ବୀ ସାଧକ ମନୋଜ ଦାସ: ସ୍ମୃତିରେ ଅନ୍ତର୍ଜାତୀୟ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ - ସାହିତ୍ୟିକ ମନୋଜ ଦାସ

ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତିରେ ଆନ୍ତର୍ଜାତୀୟ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ। ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ପାଇଁ ପ୍ରତିବର୍ଷ ଦିଆଯିବ ପୁରସ୍କାର । ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା । ଅଧିକ ପଢନ୍ତୁ...

International award for memory of eminent writer Manoj Das announced by CM Naveen Pattnaik
ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତିରେ ଆନ୍ତର୍ଜାତୀୟ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

By

Published : May 4, 2021, 8:14 PM IST

ଭୁବନେଶ୍ବର: ସାହିତ୍ୟିକ ମନୋଜ ଦାସଙ୍କ ସ୍ମୃତିରେ ଅନ୍ତର୍ଜାତୀୟ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ପାଇଁ ପ୍ରତିବର୍ଷ ଦିଆଯିବ ପୁରସ୍କାର । ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

ଯଶସ୍ବୀ ସାରସ୍ବତ ସାଧକ ସ୍ବର୍ଗତ ମନୋଜ ଦାସଙ୍କୁ ସମ୍ନାନ । ମନୋଜଙ୍କର ସ୍ମୃତିରେ ‘ମନୋଜ ଦାସ ଅନ୍ତର୍ଜାତୀୟ ସାହିତ୍ୟ ପୁରସ୍କାର’ ପ୍ରଦାନ କରାଯିବ ବୋଲି ଆଜି (ମଙ୍ଗଳବାର) ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଇଂରାଜୀ ଭାଷାରେ ସୃଜନାତ୍ମକ ସାହିତ୍ୟ ସୃଷ୍ଟି କରୁଥିବା ଓଡିଆ ସାହିତ୍ୟିକମାନଙ୍କୁ ଏହି ପୁରସ୍କାର ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରତିବର୍ଷ ଦିଆଯିବ । ପୁରସ୍କାର ରାଶି ବାବଦକୁ ୧୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ ।

ଯୁବପୀଢି ମଧ୍ୟରେ ଉଭୟ ଇଂରାଜୀ ଓ ଓଡିଆ ସାହିତ୍ୟ ପ୍ରତି ଆଗ୍ରହ ସୃଷ୍ଟି ନିମନ୍ତେ ପ୍ରତିବର୍ଷ ହାଇସ୍କୁଲ ସ୍ତରରେ ଇଂରାଜୀ ଓ ସାହିତ୍ୟରେ ମୌଳିକ ରଚନା ପାଇଁ ‘ମନୋଜ-କିଶୋର ସାହିତ୍ୟ ପ୍ରତିଭା ସମ୍ମାନ’ ପ୍ରଦାନ କରାଯିବ । ଏଥିନିମନ୍ତେ ଉଭୟ ଓଡ଼ିଆ ଓ ଇଂରାଜୀ ଭାଷାରେ ଗୋଟିଏ ଗୋଟିଏ ପୁରସ୍କାର ପ୍ରଦାନ କରାଯିବ । ପୁରସ୍କାର ବାବଦ ଏକ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।

ସେହିପରି ମନୋଜ ଦାସଙ୍କ ପରିବାର ସଦସ୍ୟଙ୍କ ପ୍ରସ୍ତାବ କ୍ରମେ ରାଜ୍ୟ ସରକାର ତାଙ୍କର ଜନ୍ମ ସ୍ଥାନ ବାଲେଶ୍ବର ଜିଲ୍ଲା ଶଂଖାରୀ ଗ୍ରାମରେ ଥିବା ତାଙ୍କର ପୈତୃକ ବାସଭବନକୁ ହାତକୁ ନେବେ । ଭାତୃଦ୍ବୟ ପ୍ରଫେସର ମନ୍ମଥ ନାଥ ଦାସ ଓ ମନୋଜ ଦାସ, ଏହି ଦୁଇ ଭାଇଙ୍କ ନାମରେ ‘ମନ୍ମଥ-ମନୋଜ ସ୍ମାରକୀ’ ଭାବରେ ଘୋଷଣା କରାଯିବ । ସେଠାରେ ଉଭୟ ମନ୍ମଥ ନାଥ ଦାସ ଓ ମନୋଜ ଦାସଙ୍କ ଦ୍ବାରା ଇତିହାସ ଓ ସାହିତ୍ୟ ଉପରେ ଲିଖିତ ସମସ୍ତ ପୁସ୍ତକକୁ ରଖାଯାଇ ଏକ ଲାଇବ୍ରେରୀ ମଧ୍ୟ ସ୍ଥାପନ କରାଯିବ ବୋଲି ସରକାର ଘୋଷଣା କରିଛନ୍ତି ।

ବାସଭାବନ ପରିସରରେ ଥିବା ମନ୍ଦିରର ସଂରକ୍ଷଣ ମଧ୍ୟ କରାଯିବ । ସ୍ବର୍ଗତ ମନୋଜ ଦାସଙ୍କର ସ୍ମୃତିରେ ଉତ୍କଳ ପ୍ରସଙ୍ଗ, ଓଡିଶା ରିଭ୍ୟୁ ଏବଂ ଓଡିଶା ସାହିତ୍ୟ ଏକାଡେମୀ ପକ୍ଷରୁ ପ୍ରକାଶିତ କୋଣାର୍କ ପତ୍ରିକାର ସ୍ବତନ୍ତ୍ର ସଂଖ୍ୟା ପ୍ରକାଶ କରାଯିବ ।

ସ୍ବର୍ଗତ ମନୋଜ ଦାସଙ୍କର ବିୟୋଗ ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କ ପରିବାରର ସଦସ୍ୟଙ୍କ ସହିତ ଟେଲିଫୋନ ଯୋଗେ କଥା ହୋଇଥିଲେ । ସମବେଦନା ଜଣାଇବା ସହିତ ସ୍ବର୍ଗତ ମନୋଜ ଦାସଙ୍କ ସ୍ମୃତି ରକ୍ଷା ସଂପର୍କରେ ଆଲୋଚନା କରିଥିଲେ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details