କଟକ: ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରାଜ୍ୟରେ ଥିବା ବିଭିନ୍ନ ଥାନାରେ ଆଜି ପର୍ଯ୍ୟନ୍ତ ମୋଟ ୬୫୨୪ଟି ମାମଲା ରୁଜୁ କରାଯାଇଛି । ଗତ ମାର୍ଚ୍ଚ ୨୪ ତାରିଖ ଠାରୁ ଆଜି ପର୍ଯ୍ୟନ୍ତ ଏହି ସଂଖ୍ୟକ ମାମଲା ରୁଜୁ କରାଯାଇଥିବା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଗତକାଲି ସକାଳୁ ଆଜି ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଥାନାରେ ୧୬ଟି ମାମଲା ରୁଜୁ କରାଯାଇଛି । ଏହି ୧୬ଟି ମାମଲା ମଧ୍ୟରୁ ୧୪ଟି ମାମଲା ତାଲାବନ୍ଦ ନିୟମ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଥିବାବେଳେ ଗୋଟିଏ ମାମଲା ହୋମକ୍ବାରେଣ୍ଟାଇନ ଉଲଙ୍ଘନ କରିବା ଅଭିଯୋଗରେ ରୁଜୁ କରାଯାଇଛି ।