ଓଡିଶା

odisha

ETV Bharat / city

ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଲଘୁଚାପ । ଲଘୁଚାପ ବର୍ଷା ପାଇଁ ସତର୍କ ରହିବାକୁ ରାଜ୍ୟର ସବୁ ଜିଲ୍ଲାପାଳଙ୍କ ନିକଟକୁ ଚିଠି ଲେଖିଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

By

Published : Aug 4, 2020, 5:46 PM IST

ଲଘୁଚାପ ବର୍ଷା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଘୁଚାପ ବର୍ଷା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ବର: ଲଘୁଚାପ ବର୍ଷା ପାଇଁ ସତର୍କ ରହିବାକୁ ରାଜ୍ୟର ସବୁ ଜିଲ୍ଲାପାଳଙ୍କ ନିକଟକୁ ଚିଠି ଲେଖିଛନ୍ତି ସ୍ଵତନ୍ତ୍ର ରିଲିଫ କମିଶନର । ଉତ୍ତର ବଙ୍ଗୋପସାଗର ଏହି ଲଘୁଚାପ ସୃଷ୍ଟି ହୋଇଥିବାରୁ ରାଜ୍ୟର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଲଘୁଚାପ ବର୍ଷା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
ଲଘୁଚାପ ବର୍ଷା, ସତର୍କ ରହିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଏଥିଲାଗି ଜଳବନ୍ଦୀ ସମସ୍ୟା ଉପୁଜିବାର ସମ୍ଭାବନା ରହିଛି । ସେଥିପ୍ରତି ଦୃଷ୍ଟି ଦେବାକୁ କୁହାଯାଇଛି । ସେହିଭଳି ମସ୍ୟଜୀବୀଙ୍କୁ 4 ଓ 5 ତାରିଖ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି ।

ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details