ଓଡିଶା

odisha

ETV Bharat / city

ଆସନ୍ତା 24 ଘଣ୍ଟାରେ ଅବପାତର ରୂପ ନେବ ଲଘୁଚାପ - low pressure

ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ଉପକୂଳରେ ଲଘୁଚାପ ଘନୀଭୂତ ହୋଇ ଓ୍ବଏଲ ମାର୍କ ଲୋ ପ୍ରେସରରେ ପରିଣତ ହେବ। ଅଧିକ ପଢନ୍ତୁ...

ୱଏଲ ମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ
ୱଏଲ ମାର୍କ ଲୋ ପ୍ରେସରରେ ପରିଣତ ହେଲା ଲଘୁଚାପ

By

Published : Oct 21, 2020, 10:51 AM IST

Updated : Oct 21, 2020, 7:29 PM IST

ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ଆଖପାଖ ଅଞ୍ଚଳରେ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି । ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆସନ୍ତାକଲି(ଗୁରୁବାର) ଅବପାତ ଏବଂ ପରବର୍ତ୍ତୀ ୨୪ ଘଣ୍ଟାରେ ଗଭୀର-ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ବିଶେଷ କରି ଉପକୂଳ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ।

ଆଗାମୀ ୨୪ ଘଣ୍ଟାରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଉତ୍ତର-ଉତ୍ତର-ପୂର୍ବଦିଗରେ ଗତି କରିବା ସହ ଓଡିଶା ଉପକୂଳ ମଧ୍ୟ ଦେଇ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଏବଂ ବଙ୍ଗଲାଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି ।

ତେବେ ରାଜ୍ୟରେ 24 ତାରିଖ ପର୍ଯ୍ୟନ୍ତ ଏହି ବର୍ଷା ଜାରି ରହିବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

Last Updated : Oct 21, 2020, 7:29 PM IST

ABOUT THE AUTHOR

...view details