ଭୁବନେଶ୍ବର: ଆସନ୍ତା ୨୩ ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଦକ୍ଷିଣ ବାଂଲାଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି।ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଥିବା ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ,ବର୍ତ୍ତମାନ ସାରା ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୂର୍ବଳ ରହିଛି ସେପଟେ ବର୍ତ୍ତମାନ ଏକ ଟ୍ରଫ୍ ଲାଇନ ସହ ଘୂର୍ଣ୍ଣିବଳୟ ମଧ୍ୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ଆସନ୍ତାକାଲି ସକାଳ ୮ଟା ୩୦ ମଧ୍ୟରେ ୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକ ହେଲା ଗଞ୍ଜାମ,ଖୋର୍ଦ୍ଧା,କଟକ,ଏବଂ ପୁରୀ । ସେହିପରି ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର, ଗଜପତି, କନ୍ଧମାଳ, ନୟାଗଡ଼ ଓ ଯାଜପୁରରେ ପ୍ରବଳ ବର୍ଷା ହେବା ନେଇ ଆକଳନ ପ୍ରକାଶ ପାଇଛି ।