ଓଡିଶା

odisha

ETV Bharat / city

ଆହୁରି 24 ଘଣ୍ଟା ପ୍ରବଳ ବର୍ଷା, 5 ଜିଲ୍ଲାକୁ ରେଡ ଆଲର୍ଟ, ନଅ ଜିଲ୍ଲାରେ ସ୍କୁଲ ବନ୍ଦ - 10ଟି ଜିଲ୍ଲାକୁ  ଅରେଞ୍ଜ ୱାର୍ଣ୍ଣି

ଦକ୍ଷିଣ ଓ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । 5ଟି ଜିଲ୍ଲାକୁ ରେଡ ଆଲର୍ଟ । ଅଧିକ ପଢନ୍ତୁ ....

ଫଟୋ ସୌଜନ୍ୟ: ଇଟିଭି ଭାରତ

By

Published : Oct 24, 2019, 8:45 PM IST

Updated : Oct 24, 2019, 9:53 PM IST

ଭୁବନେଶ୍ବର: ଦକ୍ଷିଣ ଓ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା 24 ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 5ଟି ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ 10ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସୁରକ୍ଷାକୁ ଦୃଷ୍ଟିରେ ରଖି ରାଜ୍ୟର ୯ଟି ଜିଲ୍ଲାର ଜିଲ୍ଲାପାଳ ବିଭିନ୍ନ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଆସନ୍ତାକାଲି ପାଇଁ ଛୁଟି ଘୋଷଣା କରିଛନ୍ତି । ଛୁଟି ଥିଲେ ମଧ୍ୟ ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପସ୍ଥିତ ରହିବେ ବୋଲି ଜିଲ୍ଲାପାଳମାନେ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ବନ୍ୟା ପରିସ୍ଥିତି ଉପୁଜି ନଥିବା ସ୍ବତନ୍ତ୍ର ରିଲିଫ କମିଶନର କହିଛନ୍ତି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଭୁବନେଶ୍ବର

ରାଜ୍ୟର ଢେଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା, ପୁରୀ ଜିଲ୍ଲାକୁ ରେଡ ୱାର୍ଣ୍ଣି ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଗଞ୍ଜାମ, ନୟାଗଡ, ଦେବଗଡ, ଅନୁଗୁଳ ଓ ଯାଜପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି। ଏତଦ ବ୍ୟତୀତ ସୁନ୍ଦରଗଡ, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ସେହିପରି ଆଜି ସକାଳ 8.30ରୁ ଦିନ 2.30 ମଧ୍ୟରେ ରାଜଧାନୀ ଭୁବନେଶ୍ବରରେ 74 ମିଲିମିଟର ବର୍ଷା ରେକର୍ଡ କରାଯାଇଛି। ତେବେ 24 ଘଣ୍ଟା ପରେ ବର୍ଷାର ପରିମାଣ ହ୍ରାସ ପାଇବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ କହିଛି ।

ଭିଡିଓ ସୌଜନ୍ୟ: ପ୍ରତିନିଧି, ଭୁବନେଶ୍ବର

ଭୁବନେଶ୍ବରରୁ ଶତରୂପା ସାମନ୍ତରାୟ, ତପନ କୁମାର ଦାସ, ଇଟିଭି ଭାରତ

Last Updated : Oct 24, 2019, 9:53 PM IST

ABOUT THE AUTHOR

...view details