ଭୁବନେଶ୍ବର: ଏଥର ଫିକା ପଡିବ ପାର୍ବଣ । କାହିଁକିନା ଆସୁଛି ଆଉ ଏକ ବାତ୍ୟା ! ଉତ୍ତର ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ସମୁଦ୍ର ପତ୍ତନ ଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଥିବାର ସୂଚନା ମିଳିଛି । ଯାହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ଅଞ୍ଚଳରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ ବୋଲି ଆକଳନ କରୁଛି ପାଣିପାଗ ବିଭାଗ । ପରବର୍ତ୍ତୀ ସମୟରେ ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ଘନୀଭୂତ ହେବାର ସମ୍ଭାବନା ରହିଛି।
ଫିକା ପଡିବ ପାର୍ବଣ; ୪୮ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସମ୍ଭାବନା - ବାତ୍ୟା
ଉତ୍ତର ଆଣ୍ଡାମାନ-ସାଗର ଓ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ରପତ୍ତନ ଠାରୁ ୩.୧ ରୁ ୫.୮ କିମି ମଧ୍ୟରେ ସକ୍ରିୟ ରହିଥିବା ବେଳେ ଏହାର ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଗୋଟିଏ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ...
ଫଳରେ ୪ ରୁ ୫ ଦିନ ଯାଏଁ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ବିଭିନ୍ନ ମଡେଲ ମଧ୍ୟ ବାତ୍ୟାର ପ୍ରାକ ସମ୍ଭାବନାକୁ ଦର୍ଶାଇଛି । ଏହି ଲଘୁଚାପ ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇପାରେ । ତେଣୁ ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ, ପାର୍ବଣ ଆରମ୍ଭ ହୋଇଥିବାରୁ ଚିନ୍ତାରେ ଏବେ ଆୟୋଜକ । ତେବେ, ଦଶହରା ସମୟରେ ଅର୍ଥାତ ନବମୀ ଓ ଦଶମୀ ଦିନ(ଅକ୍ଟୋବର 14 ଓ 15)ରେ ବାତ୍ୟା ହୋଇପାରେ ବୋଲି ଆଶଙ୍କା କରାଯାଉଛି ।
ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ