ଓଡିଶା

odisha

ETV Bharat / city

ଆସନ୍ତା 13ରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା - odisha weather update

ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ
ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ

By

Published : Sep 10, 2020, 9:00 PM IST

ଭୁବନେଶ୍ବର: ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଓ ଆନ୍ଧ୍ର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ତେବେ ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପଞ୍ଜାବ ଠାରୁ ଉତ୍ତର ପୂର୍ବ ରାଜ୍ୟ ପର୍ଯ୍ୟନ୍ତ ଟ୍ରଫ ଲାଇନ ରହିଛି । ଆସନ୍ତା ୨୪ ଘଣ୍ଟା, ଶୁକ୍ରବାର ୧୧ ସେପ୍ଟେମ୍ବର ମଧ୍ୟରେ ଜଗତସିଂହପୁର, ବାଲେଶ୍ୱର, କଟକ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୋଳ, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୁବର୍ଣ୍ଣପୁର ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ନିଙ୍ଗ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ

ସେହିପରି ୧୨ ତାରିଖରୁ ୧୫ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଙ୍ଗ ଜାରି । ଭୁବନେଶ୍ୱର ଓ କଟକ ଟ୍ବିନ ସିଟିରେ ଆକାଶ ମେଘାଚ୍ଛନ୍ନ ରହିବା ସହ ସ୍ବଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ଗତ ୨୪ ଘଣ୍ଟା ଭିତରେ ଆଭ୍ୟନ୍ତରୀଣ ଜିଲ୍ଲା ଓ ଉପକୂଳ ଜିଲ୍ଲାର କିଛି ସ୍ଥାନରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ରେକର୍ଡ କରାଯାଇଛି । କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି । କୋରାପୁଟର ସେମିଳିଗୁଡା ଠାରେ ସର୍ବାଧିକ ୧୦୬.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ରାୟଗଡା ବିଷମ କଟକରେ ୬୨.୪ ମିମି, ତାଳଚେରରେ ୫୫.୦ ମିମି, କେନ୍ଦୁଝର ଘଟଗାଁରେ ୪୪.୨ ମିମି ବର୍ଷା ରେକର୍ଡ କରାଯାଇଛି ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ

ସେପଟେ ପାରେଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୬.୫ ଡିଗ୍ରୀ ରେକର୍ଡ କରାଯାଇଛି । ଜୁନ ୧ ତାରିଖରୁ ସେପ୍ଟେମ୍ବର ୧୦ ତାରିଖ ପର୍ଯ୍ୟନ୍ତ ୧୦୩୬.୪ ମିମି ବର୍ଷା ରେକର୍ଡ କରାଯାଇଛି । ଯାହା ସ୍ୱାଭାବିକ ବର୍ଷା ଠାରୁ ୨ ପ୍ରତିଶତ ଅଧିକ । ୩ ଜିଲ୍ଲାରେ ୨୦ ପ୍ରତିଶତରୁ ଅଧିକ ବର୍ଷା ହୋଇଛି । ଦେବଗଡ଼, ଝାରସୁଗୁଡା ଓ ମାଲକାନଗିରି ଜିଲ୍ଲାରେ ୨୦ ପ୍ରତିଶତ ଅଧିକ ବର୍ଷା ରେକର୍ଡ କରାଯାଇଛି । ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଛି । ୩ ଜିଲ୍ଲାରେ କମ ବର୍ଷା ହୋଇଛି । ଖୋର୍ଦ୍ଧା, ଗଜପତି ଏବଂ ପୁରୀ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ
ଭୁବନେଶ୍ବରରୁ ସଞ୍ଜୀବ କୁମାର ରାୟ, ଇଟିଭି ଭାରତ

ABOUT THE AUTHOR

...view details