ଓଡିଶା

odisha

ETV Bharat / city

ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପ, ରାଜ୍ୟରେ ଶୁଖିଲା ରହିବ ପାଗ

ବଙ୍ଗୋପସାଗରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଏକ ଲଘୁଚାପ । ଆସନ୍ତା ୧୧ ତାରିଖରେ ଏହା ତାମିଲନାଡୁ ଉପକୂଳ ଛୁଇଁବ । ଅଧିକ ପଢନ୍ତୁ...

By

Published : Nov 8, 2021, 4:57 PM IST

ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ, ରାଜ୍ୟରେ ଶୁଖିଲା ରହିବ ପାଗ
ଆସନ୍ତା ୨୪ ଘଣ୍ଟାରେ ବଙ୍ଗୋପସାଗରରେ ଲଘୁଚାପ, ରାଜ୍ୟରେ ଶୁଖିଲା ରହିବ ପାଗ

ଭୁବନେଶ୍ବର: ବଙ୍ଗୋପସାଗର ଓ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହୋଇଛି ଏକ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ତେବେ ଏ ସମ୍ପର୍କରେ ଆଞ୍ଚଳିକ ପାଣିପାଗ ବିଭାଗ ଭୁବନେଶ୍ବର ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି ।

ଏହି ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବା ପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଏକ ଡିପ୍ରେସନରେ ପରିଣତ ହେବ । ଆସନ୍ତା ୧୧ ତାରିଖ ସକାଳ ସୁଦ୍ଧା ଏହା ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ନିକଟରେ ସ୍ଥଳଭାଗ ଅତିକ୍ରମ କରିବ । ଏହି ଡିପ୍ରେସନ ପ୍ରଭାବରେ ଆସନ୍ତା ୧୦ ଓ ୧୧ ତାରିଖରେ ତାମିଲନାଡୁ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ । ଏଥିଲାଗି ରାଜ୍ୟବାସୀଙ୍କୁ ସତର୍କ କରାଯାଇଛି ।

ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁସାରେ ଚେନ୍ନାଇ, ଭିଲ୍ଲୁପୁରମ, କୁଡାଲୋର ଓ ଡେଲଟା ଅଞ୍ଚଳରେ ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିବ ନାହିଁ । ଆସନ୍ତା ୩ରୁ ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପାଗ ଶୁଖିଲା ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ସୂଚନା ଦେଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

ABOUT THE AUTHOR

...view details