ଓଡିଶା

odisha

ETV Bharat / city

Cyclone Update: ଆଗାମୀ 6 ଘଣ୍ଟାରେ ଅବପାତ, କାଲି ନେବ ବାତ୍ୟା ରୂପ

ଆଗାମୀ 6 ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ଲଘୁଚାପ । ଆସନ୍ତାକାଲି ବାତ୍ୟା ରୂପ ନେଇପାରେ ବୋଲି ସୂଚନା ଦେଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢନ୍ତୁ

Cyclone Update: ଆସନ୍ତା 12 ଘଣ୍ଟାରେ ଅବପାତ, ଆସନ୍ତାକାଲି ନେବ ବାତ୍ୟା ରୂପ
Cyclone Update: ଆସନ୍ତା 12 ଘଣ୍ଟାରେ ଅବପାତ, ଆସନ୍ତାକାଲି ନେବ ବାତ୍ୟା ରୂପ

By

Published : May 7, 2022, 10:49 AM IST

Updated : May 7, 2022, 1:08 PM IST

ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଆଜି ସକାଳ ସମୟରେ ସୁଦୃଶଃ ହୋଇଛି । ଲଘୁଚାପ ଅଧିକ ଘନୀଭୂତ ହୋଇ ଆଗାମୀ ୬ ଘଣ୍ଟା ମଧ୍ୟରେ ଅବପାତର ରୂପ ନେଇପାରେ । ଏହା ଉତ୍ତର-ଉତ୍ତର-ପୂର୍ବ ଦିଗରେ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଏବଂ ସମୁଦ୍ର ମଧ୍ୟରେ ଓଡିଶା ଉପକୂଳ ମୁହାଁ ହେବ । ଲଘୁଚାପ କ୍ଷେତ୍ରଟି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ସକ୍ରିୟ ରହିଛି । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ବିଟ୍ କରି ସୂଚନା ଦେଇଛି ।

ଏହାମଧ୍ୟ ପଢନ୍ତୁ:Possible Cyclone: ବାତ୍ୟା ମୁକାବିଲା ଲାଗି ଶକ୍ତି ବିଭାଗ ସମ୍ପୂର୍ଣ୍ଣ ପ୍ରସ୍ତୁତ କହିଲେ ଶକ୍ତି ସଚିବ

ଲଘୁଚାପ ଆଗାମୀ ୬ ଘଣ୍ଟାରେ ଅବପାତରେ ପରିଣତ ହେବା ପରେ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟାର ରୂପ ନେବ । ୧୦ ତାରିଖ ସନ୍ଧ୍ୟା ଯାଏଁ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ସମୁଦ୍ର ମଧ୍ୟରେ ଉତ୍ତର-ଆନ୍ଧ୍ର ଏବଂ ଓଡିଶା ଉପକୂଳ ପହଞ୍ଚିବା ପରେ ଦିଗ ପରିବର୍ତ୍ତନ କରିବ । ଅବପାତର ରୂପ ନେବା ପରେ ଭାରତୀୟ ପାଣିପାଗ କେନ୍ଦ୍ର ବାତ୍ୟା ସମ୍ପର୍କରେ ସ୍ପଷ୍ଟ ସୂଚନା ଦେଇପାରିବ । କେଉଁଠି ଲ୍ୟାଣ୍ଡଫଲ କରିବ ସେନେଇ ଚିତ୍ର ସ୍ପଷ୍ଟ ହେବ ବୋଲି କହିଛନ୍ତି ଏସଆରସି ପ୍ରଦୀପ ଜେନା । ସ୍ପଷ୍ଟ ସୂଚନା ମିଳିବା ପରେ NDRF, ODRAF ଓ ଅଗ୍ନିଶମ ବାହିନୀକୁ ନିୟୋଜିତ କରାଯିବ । ତେବେ 10 ତାରିଖ ଦିନ ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲାରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସ୍ଥାନେ ସ୍ଥାନେ ଅତିପ୍ରବଳ ବର୍ଷା ହୋଇପାରେ ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

Last Updated : May 7, 2022, 1:08 PM IST

ABOUT THE AUTHOR

...view details