ଭୁବନେଶ୍ବର: ଆସନ୍ତା 11 ରୁ 14 ପ୍ରବଳ ବର୍ଷା ହେବ । ଗତ କାଲିର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳର ଥିବା ଲଘୁଚାପ ଘନୀଭୂତ ହୋଇ ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି । ଏହା ସହିତ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳର ମଧ୍ୟ ଭାଗ ଯାଏଁ ବ୍ୟାପିଛି । ଏହା ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘନୀଭୂତ ହୋଇ ଅବପାତର ରୂପ ନେବା ସମ୍ଭାବନା ରହିଛି |
ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସକାଳ ସମୟରେ ଉତ୍ତର- ଆନ୍ଧ୍ର ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ରବିବାର ଅକ୍ଟୋବର ୧୧ ମଧ୍ୟରେ ଲଘୁଚାପ ଅଧିକ ଘନୀଭୂତ ହୋଇ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର।