ଓଡିଶା

odisha

ETV Bharat / city

ଲୋକଙ୍କ ଆଶା ଆକାଂକ୍ଷା ପୂରଣ କରିବା କ୍ଷେତ୍ର ପଦାଧିକାରୀଙ୍କ ମୂଳ ଲକ୍ଷ୍ୟ ହେବା ଉଚିତ୍‌: ସମୀର ଦାଶ - ଓସେପାର ସମ୍ମିଳନୀ କକ୍ଷ

ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଓସେପାର ସମ୍ମିଳନୀ କକ୍ଷରେ ଆୟୋଜିତ ହେଉଥିବା ରାଜ୍ୟର ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜକ ମାନଙ୍କର ଦୁଇଦିନିଆ ସମ୍ମିଳନୀକୁ ଉଦ୍‌ଘାଟନ କରିଛନ୍ତି । ଅଧିକ ପଢନ୍ତୁ

ଲୋକମାନଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା କ୍ଷେତ୍ର ପଦାଧିକାରୀମାନଙ୍କ ମୂଳ ଲକ୍ଷ୍ୟ ହେବା ଉଚିତ : ଗଣଶିକ୍ଷା ମନ୍ତ୍ରୀ
ଲୋକମାନଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା କ୍ଷେତ୍ର ପଦାଧିକାରୀମାନଙ୍କ ମୂଳ ଲକ୍ଷ୍ୟ ହେବା ଉଚିତ : ଗଣଶିକ୍ଷା ମନ୍ତ୍ରୀ

By

Published : Sep 29, 2022, 8:33 AM IST

ଭୁବନେଶ୍ବର: ରାଜ୍ୟର ସମସ୍ତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ଓ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କ ଦୁଇଦିନିଆ ସମ୍ମିଳନୀ ଭୁବନେଶ୍ବରରେ ଉଦ୍‌ଘାଟିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସମ୍ମିଳନୀର ଉଦଘାଟନ କରିଛନ୍ତି । ଏହି ଅବସରରେ ଲୋକମାନଙ୍କର ଆଶା ଓ ଆକାଂକ୍ଷାକୁ ପୂରଣ କରିବା କ୍ଷେତ୍ର ଅଧିକାରୀମାନଙ୍କର ମୂଳ ଲକ୍ଷ୍ୟ ହେବା ଉଚିତ୍‌ । ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକମାନେ ନିଷ୍ଠାର ସହିତ ବିଦ୍ୟାଳୟ ପରିଦର୍ଶନ ଓ ତଦାରଖ କାର୍ଯ୍ୟକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ତେବେ ଶିକ୍ଷାକ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ପାଇଁ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ମାନଙ୍କର ମାନସିକ ପରିବର୍ତ୍ତନ ଏକାନ୍ତ ଆବଶ୍ୟକ । ‘ଶିକ୍ଷଣ ପରିପୂରଣ କାର୍ଯ୍ୟକ୍ରମ’କୁ ସଫଳ ରୂପେ ବିଦ୍ୟାଳୟରେ ପରିଚାଳନା ଓ ରୂପାୟନ କରିବା ନିମନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଜିଲ୍ଲା ପ୍ରକଳ୍ପ ସଂଯୋଜକ(ଡିପିସି) ଓ ବ୍ଲକ୍ ଶିକ୍ଷା ଅଧିକାରୀ(ବିଇଓ) ଏବଂ ଶିକ୍ଷକ ଶିକ୍ଷୟିତ୍ରୀମାନଙ୍କର ଭୂମିକା ଗୁରୁତ୍ବପୂର୍ଣ୍ଣ । ଏନେଇ ହାଇସ୍କୁଲମାନଙ୍କରେ ଶିକ୍ଷାର ଗୁଣାତ୍ମକମାନ ବୃଦ୍ଧି ନିମନ୍ତେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମର ବିଭିନ୍ନ ଦିଗ ଉପରେ ମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି । ତେବେ ବିଭାଗୀୟ କମିଶନର ତଥା ଶାସନ ସଚିବ ଅଶ୍ବଥୀ.ଏସ୍‌. ଶିକ୍ଷାର ମାନ ବୃଦ୍ଧି ପାଇଁ ଡିଇଓ ତଥା ଡିପିସିମାନଙ୍କୁ ଜିଲ୍ଲାସ୍ତରରେ ଥିବା ରୂପାନ୍ତରିତ ବିଦ୍ୟାଳୟ ଗୁଡ଼ିକରେ ସ୍ମାର୍ଟ କ୍ଲାସ ଏବଂ ଇଣ୍ଟରନେଟ୍‌, ଇଲାଇବ୍ରେରୀ, ବିଜ୍ଞାନାଗାର ଇତ୍ୟାଦିର ଉପଲବ୍ଧତା ଓ ସୁବ୍ୟବହାର ଉପରେ ଧ୍ୟାନ ଦେବାକୁ ପରାମର୍ଶ ଦେଇଛନ୍ତି ।

ଏହା ବି ପଢନ୍ତୁ-ଶିକ୍ଷକମାନେ ଛାତ୍ରଛାତ୍ରୀଙ୍କ ପାଇଁ ରୋଲ ମଡେଲ ହେବାକୁ ପରାମର୍ଶ

ସୂଚନା ଥାଉକି, ଦୁଇଦିନିଆ ସମ୍ମିଳନୀର ପ୍ରଥମ ଦିବସ ଅନୁଷ୍ଠିତ ହୋଇଯାଇଥିଲା । ଏଥିରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମୁଖ୍ୟ ଅତିଥି ଭାବେ ଯୋଗଦାନ କରିଥିଲେ । 2022 ମସିହା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ବାରା ପରିଚାଳିତ ପରୀକ୍ଷାରେ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାରେ ଶୀର୍ଷ ସ୍ଥାନ ଅଧିକାର କରିଥିବା ବିଭିନ୍ନ ବର୍ଗର କୃତୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ସହ ସେମାନଙ୍କର ଉଜ୍ଜ୍ବଳ ଭବିଷ୍ୟତ କାମନା କରିଥିଲେ । ଏଥିସହ ବିଦ୍ୟାଳୟର ଅଧ୍ୟକ୍ଷ ଏବଂ ସହକାରୀ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ ଗୁଣାତ୍ମକ ଶିକ୍ଷାର ବିକାଶ ଦିଗରେ ଧ୍ୟାନ ଦେବାପାଇଁ ପରାମର୍ଶ ଦେବା ସହ ଆଗାମୀ ବର୍ଷ ପାଇଁ ଲକ୍ଷ୍ୟଧାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details