ଭୁବନେଶ୍ବର: ରାଜ୍ୟରେ ଲଗାଣ ବର୍ଷା ନେଇ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ ସୂଚନା। ମାଲକାନଗିରି ଜିଲ୍ଲାରେ ଗତ 24 ଘଣ୍ଟାରେ ସର୍ବାଧିକ ବର୍ଷାର ରେକର୍ଡ କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର 9ରୁ ଅଧିକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।
ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ମୟୂରଭଞ୍ଜ, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲା ରହିଛି । ସେହିପରି ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେତୁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପାଗ ମୁଖ୍ୟତଃ ଶୁଖିଲା ରହିବ। ପୁଣି ଆସନ୍ତା 18 ତାରିଖରୁ 20 ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି।
1 ଜୁନରୁ 16 ଅଗଷ୍ଟ ୨୦୨୦ ମଧ୍ୟରେ ଓଡ଼ିଶାରେ ୭୧୪.6 ମିମି ବର୍ଷା ରେକର୍ଡ ହୋଇଛି ଯାହା ସ୍ବାଭାବିକ ବର୍ଷା ୭୬୧.୮ ମିମି ଠାରୁ ୬ % ପ୍ରତିଶତ କମ । ୧ ଜୁନରୁ ୧୬ ଅଗଷ୍ଟ ୨୦୨୦ ମଧ୍ୟରେ ଓଡ଼ିଶାର ୫ଟି ଜିଲ୍ଲା ବାଲେଶ୍ବର(-୩୨%), ଖୋର୍ଦ୍ଧା (-୨୬%), ନବରଙ୍ଗପୁର(-୨୨%), ପୁରୀ (-୨୨%) ଏବଂ ମୟୂରଭଞ୍ଜ(-୨୧%) ସ୍ବାଭାବିକ ବର୍ଷା ଠାରୁ କମ ବର୍ଷା ରେକର୍ଡ କରାଯାଇଛି ।