ଓଡିଶା

odisha

By

Published : Aug 28, 2019, 9:21 PM IST

ETV Bharat / city

ବିଜେଡି ନେତା ମାନସ ମଙ୍ଗରାଜଙ୍କୁ ନୂଆ ଦାୟିତ୍ବ

ଯୁବ ବିଜେଡ଼ି ନେତା ମାନସ ମଙ୍ଗରାଜ ହେଲେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଓ ଲୋକସଂପର୍କ ପରାମର୍ଶଦାତା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଲେ ନୂଆ ଦାୟିତ୍ବ ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ଭୁବନେଶ୍ବର:ବିଜେଡି ନେତା ମାନସ ମଙ୍ଗରାଜଙ୍କୁ ରାଜ୍ୟ ସରକାର ଗଣମାଧ୍ୟମ ଓ ଲୋକସମ୍ପର୍କ ଉପଦେଷ୍ଟା ଭାବେ ନିଯୁକ୍ତି ଦେଇଛନ୍ତି । ମଙ୍ଗରାଜ ଏହାପୂର୍ବରୁ ବିଜୁ ଜନତା ଦଳର ଗଣମାଧ୍ୟମ ସେଲ୍‌ର କାର୍ଯ୍ୟକରୁଥିଲେ । @bjd_odisha, @IPR_Odishaଗଣମାଧ୍ୟମ ଓ ଲୋକସଂପର୍କ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ପରାମର୍ଶଦାତା ଭାବେ ମାନସ ମଙ୍ଗରାଜ ବର୍ତ୍ତମାନ କାର୍ଯ୍ୟକରିବେ ।

ଦୀର୍ଘଦିନ ହେଲା ଓଡ଼ିଶାର ଗଣମାଧ୍ୟମ ସହ ପ୍ରତ୍ୟକ୍ଷ ଭାବେ ସମ୍ପୃକ୍ତ ଥିଲେ ବିଜେଡିର ଯୁବ ନେତା ମାନସ ମଙ୍ଗରାଜ । ଆଜି ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ଉପଦେଷ୍ଟା ଭାବେ ନିଯୁକ୍ତି ଦେଇଛନ୍ତି । ଏବେ ସେ ସରକାରଙ୍କ ଗଣମାଧ୍ୟମ ନୀତି ଆଲୋଚନାରେ ଭାଗ ନେବା ସହ ନିଜର ପରାମର୍ଶ ଦେଇପାରିବେ । ତାଙ୍କୁ ରାଜ୍ୟ ମନ୍ତ୍ରୀ ପାହ୍ୟା ମଧ୍ୟ ମିଳିବ । ସାମ୍ବାଦିକତାରୁ ରାଜନୀତିକୁ ଆସିଥିବା ମାନସ ଦଳର ସାଂଗଠନିକ କାର୍ଯ୍ୟକ୍ରମରେ ଦୀର୍ଘ ଦିନ ଧରି ଜଡିତ ଅଛନ୍ତି । ଦଳର ବହୁ ଗୁରୁତ୍ବପୂର୍ଣ୍ଣ ଦାୟିତ୍ବକୁ ସୁଚାରୁରୂପେ ନିର୍ବାହ କରିଥିବାରୁ ମୁଖ୍ୟମନ୍ତ୍ରୀ ତାଙ୍କୁ ଏହି ଦାୟିତ୍ବରେ ଅବତୀର୍ଣ୍ଣ କରିଛନ୍ତି ।

ଭୁବନେଶ୍ବର ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details