ଭୁବନେଶ୍ବର: ପାଗରେ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି । କେରଳ ଛୁଇଁଲା ମୌସୁମୀ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ସୋମବାର, ଜୁନ ପହିଲାରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁଛି । ଆସନ୍ତା ୫ ଦିନରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ଥାନେ ସ୍ଥାନେ ଝଡ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଉପକୂଳରେ କାଳବୈଶାଖୀ ବର୍ଷା ଜାରି ରହିବ ।
ସ୍ଥାନେ ସ୍ଥାନେ ୩୦ ରୁ ୪୦ କିମି ବେଗରେ ପବନ ବହିବ । ଆସନ୍ତା ୨୪ ଘଣ୍ଟାରେ ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଖୋର୍ଦ୍ଧା, ପୁରୀ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଏବଂ କଟକ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡଘଡି ବର୍ଷା ହେବାର ସମ୍ଭାବନା ଥିବାରୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି ।