ଓଡିଶା

odisha

ETV Bharat / city

ଘନୀଭୂତ ହେଲା ଲଘୁଚାପ, 10 ଜିଲ୍ଲାରେ ପ୍ରବଳ ବର୍ଷା ! - heavy rainfall

ଆସନ୍ତା 24 ଘଣ୍ଟାରେ ରାଜ୍ୟର 10 ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ଏହିସବୁ ଜିଲ୍ଲାଗୁଡିକୁ ସତର୍କ ସୂଚନା ଜାରି କଲା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅଧିକ ପଢନ୍ତୁ...

ଘନୀଭୂତ ହେଲା ଲଘୁଚାପ, 10 ଜିଲ୍ଲାରେ ପ୍ରବଳ ବର୍ଷା
ଘନୀଭୂତ ହେଲା ଲଘୁଚାପ, 10 ଜିଲ୍ଲାରେ ପ୍ରବଳ ବର୍ଷା

By

Published : Aug 28, 2021, 7:05 PM IST

ଭୁବନେଶ୍ବର:ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତରପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ଦକ୍ଷିଣ ଓଡିଶା ଓ ଆନ୍ଧ୍ର ଉପକୂଳରେ ଥିବା ଏକ ଘୂର୍ଣ୍ଣିବଳୟ ସହ ଯୋଡି ହୋଇରହିଛି । ତେବେ ଲଘୁଚାପ ଘନିଭୂତ ହୋଇଛି ଏବଂ ଏହାର ପ୍ରଭାବରେ ଦକ୍ଷିଣ ଓଡିଶାରେ ଆସନ୍ତା ଦୁଇ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଘନୀଭୂତ ହେଲା ଲଘୁଚାପ, 10 ଜିଲ୍ଲାରେ ପ୍ରବଳ ବର୍ଷା

ରବିବାର ସକାଳ ସୁଦ୍ଧା ରାଜ୍ୟର 10 ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏହିସବୁ ଜିଲ୍ଲାଗୁଡିକ ହେଲା ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର । ଏନେଇ ଉପରୋକ୍ତ ଜିଲ୍ଲାଗୁଡିକୁ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ନୟାଗଡ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ ଓ ଢେଙ୍କାନାଳ ଜିଲ୍ଲାରେ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି । ଏହିସବୁ ଜିଲ୍ଲାଗୁଡିକୁ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ସେପଟେ ମୌସୁମି ସ୍ଥିତି ଅନୁଯାୟୀ ଜୁନ୍ ପହିଲାରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୩୦ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୨୩ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ଓ ୭ ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ କରାଯାଇଛି ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

ABOUT THE AUTHOR

...view details