ଭୁବନେଶ୍ବର:ବୁଧବାରରାଜ୍ୟରେ ସର୍ବାଧିକ ୬୭ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ଭାରିଏଣ୍ଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୦ରେ ପହଞ୍ଚିଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚିତ କରିଛି ILS (Institute of Life Science) ।
ଗତ ଡିସେମ୍ବର ୨୧ ତାରିଖରେ ରାଜ୍ୟରେ ୨ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରେ ନିର୍ଦ୍ଦିଷ୍ଟ ବ୍ୟବଧାନରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଡିସେମ୍ବର ୨୩ ତାରିଖରେ ୨ ଜଣ, ଡିସେମ୍ବର ୨୬ ତାରିଖରେ ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରେ ୨୯ ତାରିଖରେ ଜଣେ, ୩୦ ତାରିଖରେ ୫ ଜଣ, ଜାନୁଆରୀ ୨ ତାରିଖରେ ୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ ।