ଓଡିଶା

odisha

ETV Bharat / city

ଗଳ୍ପ ସଂକଳନ ‘ମାଟି ଘୋଡା’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଅବସରପ୍ରାପ୍ତ ପ୍ରଶାସକ ତଥା କଥାକାର ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ ‘ମାଟି ଘୋଡା’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

By

Published : Jul 17, 2021, 8:08 AM IST

ଗଳ୍ପ ସଂକଳନ ‘ମାଟି ଘୋଡା’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଗଳ୍ପ ସଂକଳନ ‘ମାଟି ଘୋଡା’ର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଅବସରପ୍ରାପ୍ତ ପ୍ରଶାସକ ତଥା କଥାକାର ପ୍ରଦୀପ୍ତ ମହାପାତ୍ରଙ୍କ ଗଳ୍ପ ସଂକଳନ ‘ମାଟି ଘୋଡା’ର ଲୋକାର୍ପଣ ହୋଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଲୋକାର୍ପଣ କରିଛନ୍ତି ।

ମାଟିର ମହକରେ ନିଜକୁ ହଜାଇ ଦେଇଥିବା ପ୍ରଦୀପ୍ତ ତାରି ଭିତରେ ହିଁ ଶାଶ୍ବତର ସନ୍ଧାନ କରିଛନ୍ତି । ନିଜର ପରିଚୟ ସୃଷ୍ଟି କରିଛନ୍ତି । ନିଜର ଜୀବନାନୁଭୂତିକୁ ସାହିତ୍ୟ ରଙ୍ଗରେ ରଙ୍ଗାଇଛନ୍ତି । ମାଟିର ଘୋଡା ସହିତ ମାଟି ଶିଲଟର ପୃଥିବୀ । ମାଟି ଘଟର ଜୀବନ ଓ ନିଜ ମାଟିର ଗନ୍ଧ ଆଦି ଗଳ୍ପ ସଂକଳନ ପ୍ରଦୀପ୍ତ ମହାପାତ୍ରଙ୍କ ଉଜ୍ଜଳ ସାରସ୍ବତ ପ୍ରତିଭାର ପ୍ରତିଶୃତି ବହନ କରୁଛି । ମୁଖ୍ୟମନ୍ତ୍ରୀ କଥାକାର ପ୍ରଦୀପ୍ତ ମହାପାତ୍ରଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଏହା ସହ ପୁସ୍ତକଟିର ସଫଳତା କାମନା କରିଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

ABOUT THE AUTHOR

...view details