ଓଡିଶା

odisha

ETV Bharat / city

ଲଘୁଚାପ ସମ୍ଭାବନା: ୧୧ଟି ଜିଲ୍ଲାକୁ ସତର୍କ ସୂଚନା - ଆଞ୍ଚଳିକ ପାଣିପାଗ ବିଶେଷଜ୍ଞ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କାରଣରୁ ୧୧ଟି ଜିଲ୍ଲା ପାଇଁ ସତର୍କତା ଜାରି କରିଛି ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର।

ଫଟୋ ସୌଜନ୍ୟ:ସମ୍ବାଦଦାତା, ଭୁବନେଶ୍ବର

By

Published : Sep 2, 2019, 7:31 PM IST

ଭୁବନେଶ୍ବର: ବଙ୍ଗୋପସାଗର ସୃଷ୍ଟ ଲଘୁଚାପ କାରଣରୁ ସାରା ରାଜ୍ୟରେ ଜାରି ରହିଛି ବର୍ଷା । ଏହାର ପ୍ରଭାବରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ୧୧ଟି ଜିଲ୍ଲାକୁ ସତର୍କ ରହିବାକୁ ଭୁବନେଶ୍ବରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି।

ଏହି ଜିଲ୍ଲା ହେଉଛି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ ଏବଂ ନବରଙ୍ଗପୁର । ପାଣିପାଗ ନିର୍ଦ୍ଦେଶକ ସୂଚନା ଅନୁସାରେ, ଲଘୁଚାପ ପ୍ରଭାବରେ ରାଜ୍ୟର କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ପୁରୀ ଜଗତସିଂହପୁର , କନ୍ଧମାଳ ଓ ରାୟଗଡାରେ ଆଦି ଜିଲ୍ଲାରେ ବର୍ଷା ଆଶଙ୍କା ରହିଛି।

ଭିଡିଓ ସୌଜନ୍ୟ:ସମ୍ବାଦଦାତା, ଭୁବନେଶ୍ବର

ଏହା ସହିତ ମାଲକାନଗିରି କଟକ, ସମ୍ବଲପୁର, ବରଗଡ଼ , ଢେଙ୍କାନାଳ ଆଦି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବ ବୋଲି କହିଛନ୍ତି ପାଣିପାଗ ବିଶେଷଜ୍ଞ । ଆଜି ଝାରସୁଗୁଡା ଓ ପୁରୀରେ ମଧ୍ୟ ବର୍ଷା ହୋଇଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

ABOUT THE AUTHOR

...view details