ଓଡିଶା

odisha

ETV Bharat / city

ବଦଳିଲା ପାଗ, ଛେଚିଲା ବର୍ଷା - ବର୍ଷାରେ ଉବୁଟୁବୁ ଓଡ଼ିଶା

ବଦଳିଲା ପାଗ । ଛେଚିଲା ବର୍ଷା। ଆସନ୍ତାକାଲି ସୃଷ୍ଟି ହେବ ଲଘୁଚାପ । ଭିଜିଲା ଉପକୂଳ ଓଡିଶାରୁ ଆଭ୍ୟନ୍ତରୀଣ ଓଡ଼ିଶା । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଉତ୍ତର ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା । ଅଧିକ ପଢ଼ନ୍ତୁ

ବଦଳିଲା ପାଗ, ଛେଚିଲା ବର୍ଷା
ବଦଳିଲା ପାଗ, ଛେଚିଲା ବର୍ଷା

By

Published : Aug 6, 2022, 10:37 PM IST

ଭୁବନେଶ୍ବର :ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଥିବା ଘୂର୍ଣ୍ଣିବଳୟ ବର୍ତ୍ତମାନ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଉତ୍ତର ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ।

ବଦଳିଲା ପାଗ, ଛେଚିଲା ବର୍ଷା

ଏହାର ପ୍ରଭାବରେ ଆଜିଠୁ ୧୦ ତାରିଖ ଯାଏଁ ରାଜ୍ୟରେ ବିସ୍ତାରିତ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଏହାସହ ୮ ଏବଂ ୯ ତାରିଖ ମଧ୍ୟରେ କିଛ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ମାଲକାନଗିରି, ବୌଦ୍ଧ, କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ ଜାରି ହୋଇଛି ।

ସେହିପରି ନୂଆପଡ଼ା, ସୋନପୁର, ବରଗଡ଼, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ଭଦ୍ରକ, ବାଲେଶ୍ଵର, ଯାଜପୁର, କେନ୍ଦ୍ରାପଡ଼ା ଆଦି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଛି । ଅନ୍ୟପଟେ ଆଜି ରାତିଠାରୁ ଦକ୍ଷିଣ ଅଭ୍ୟନ୍ତରୀଣ ଓଡିଶାରେ ବର୍ଷାର ପ୍ରଭାବ ଅଧିକ ରହିବ ।

ବର୍ଷାର ପରିମାଣ ୯ରୁ ୧୦ତାରିଖ ପର୍ଯ୍ୟନ୍ତ ଅଧିକ ରହିବ । କଟକ, ଭୁବନେଶ୍ୱର, ପୁରୀରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ଗଞ୍ଜାମ, ନୟାଗଡ଼, ଖୋର୍ଦ୍ଧା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁରରେ ପ୍ରବଳ ବର୍ଷାର ଆକଳନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।

ଏଥିସହ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ପାଣି ଜମିବା ସହ କଚ୍ଚା ରାସ୍ତା ଏବଂ କଚ୍ଚା ଘର ପ୍ରଭାବିତ ସହ ଅତିପ୍ରବଳ ତଥା ଅତ୍ୟନ୍ତ ପ୍ରବଳ ବର୍ଷା ପ୍ରଭାବରେ ଅସୁରକ୍ଷିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏପରିକି ଚାଷୀ ମାନଙ୍କୁ ସାମୟିକ ଭାବେ ଜମିରେ ୧୦ ତାରିଖ ଯାଏଁ କୀଟନାଶକ, ସାର, ଜଳସେଚନ ମନା । ୭ରୁ ମତ୍ସ୍ୟଜୀବୀ ମାନଙ୍କୁ ଗଭୀର ସମୁଦ୍ର ଏବଂ ୮ ରୁ ୧୦ ଯାଏଁ ଓଡିଶା ଉପକୂଳ ମନା ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details