ଭୁବନେଶ୍ବର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି(ଶନିବାର) ନୂଆବର୍ଷରେ ସମସ୍ତ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ନେତୃତ୍ବରେ ମନ୍ତ୍ରୀମାନେ ଭିସିରେ ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହିତ ତାଙ୍କର ଦୀର୍ଘ ଜୀବନ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ ମଧ୍ୟ ସମସ୍ତ ମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇବା ସହ ଲୋକଙ୍କ ସେବା ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି ।
କୋଭିଡ଼ କଟକଣା ପାଇଁ ନବୀନ ନିବାସକୁ ନ ଆସିବା ଲାଗି ମନ୍ତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏଥିପାଇଁ ଆଜି ମନ୍ତ୍ରୀ ମାନେ ଭିସି ଯୋଗେ ଉପସ୍ଥିତ ଥିଲେ । ମନ୍ତ୍ରୀମାନେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଶୁଭେଚ୍ଛା ଜଣାଇଥିବାବେଳେ ମୁଖ୍ୟମନ୍ତ୍ରୀ ମଧ୍ୟ ମନ୍ତ୍ରୀମାନଙ୍କୁ ଓ ତାଙ୍କ ପରିବାର ବର୍ଗଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଏହାସହ ଲୋକ ସେବା ଜାରି ରଖିବା ଲାଗି ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏହାସହ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ପ୍ରଦାନ ଓ ଶିକ୍ଷକ ଏବଂ ଅଧ୍ୟାପକଙ୍କୁ ସପ୍ତମ ବେତନ କମିଶନ ପ୍ରଦାନ ନିଷ୍ପତ୍ତି ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।