ଭୁବନେଶ୍ବର: 21 ଜଣ ମନ୍ତ୍ରୀଙ୍କୁ ନେଇ ନବୀନଙ୍କ ନୂଆ ମନ୍ତ୍ରୀମଣ୍ଡଳ ଗଠନ ହୋଇଛି । ଏହାପରେ ପ୍ରତ୍ୟେକ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ନୂଆମନ୍ତ୍ରୀଙ୍କୁ ଲୋକସେବା ଭବନର କନଭେନସନ ହଲ୍ରେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ।
ମୋଟ ୧୩ କ୍ୟାବିନେଟ୍ ମନ୍ତ୍ରୀ ଓ ୮ ରାଷ୍ଟ୍ରପାହ୍ୟାମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ କରାଯାଇଛି । ଜାଣନ୍ତୁ କାହାକୁ କେଉଁ ବିଭାଗର ମନ୍ତ୍ରୀ ପଦ ଦିଆଯାଇଛି ।
କ୍ୟାବିନେଟ୍ ମନ୍ତ୍ରୀ
- ଜଗନ୍ନାଥ ସାରକା- ଅନୁସୂଚିତ ଜାତି ଓ ଜନଜାତି ବିକାଶ, ସଂଖ୍ୟାଲଘୁ ଓ ପଛୁଆ ବର୍ଗ କଲ୍ୟାଣ ମନ୍ତ୍ରୀ
- ନିରଞ୍ଜନ ପୂଜାରୀ- ଅର୍ଥ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ
- ରଣେନ୍ଦ୍ର ପ୍ରତାପ ସ୍ବାଇଁ- କୃଷି ଓ କୃଷକ ସଶକ୍ତିକରଣ, ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ।
- ପ୍ରଦୀପ କୁମାର ଅମାତ- ଜଙ୍ଗଲ ଓ ପରିବେଶ, ପଞ୍ଚାୟତିରାଜ ପାନୀୟ ଜଳ ଓ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ
- ପ୍ରମିଳା ମଲ୍ଲିକ- ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ
- ଉଷା ଦେବୀ- ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ
- ପ୍ରଫୁଲ୍ଲ କୁମାର ମଲ୍ଲିକ- ଇସ୍ପାତ୍ ଓ ଖଣି, ପୂର୍ତ୍ତ ବିଭାଗ ମନ୍ତ୍ରୀ
- ପ୍ରତାପ କେଶରୀ ଦେବ- ଶକ୍ତି, ଶିଳ୍ପ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ
- ଅତନୁ ସବ୍ୟସାଚୀ ନାୟକ- ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ବିଭାଗ ମନ୍ତ୍ରୀ
- ନବ କିଶୋର ଦାସ- ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ
- ଟୁକୁନୀ ସାହୁ- ଜଳ ସମ୍ପଦ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ
ଅଶୋକ ଚନ୍ଦ୍ର ପଣ୍ଡା- ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ସାଧାରଣ ଉଦ୍ୟୋଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ