ଓଡିଶା

odisha

ETV Bharat / city

ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ: 6 ଜିଲ୍ଲାରେ ଛେଚିବ - Monsoon active due to low pressure

ଗୁରୁବାର ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କୋରାପୁଟ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ଅନୁଗୁଳ, ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।

ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ: ଛେଚିବ 6 ଜିଲ୍ଲାରେ
ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ: ଛେଚିବ 6 ଜିଲ୍ଲାରେ

By

Published : Aug 12, 2020, 9:34 PM IST

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟାରେ ଲଘୁଚାପ ପ୍ରଭାବରେ ମୌସୁମୀ ଅଧିକ ସକ୍ରିୟ ରହିବ। ଆସନ୍ତାକାଲି (ଗୁରୁବାର) ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ମୌସୁମୀ ଅଧିକ ସକ୍ରିୟ ରହିବ । ରାଜ୍ୟର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ନିଙ୍ଗ ଜାରି କରାଯାଇଛି । ବିଶେଷକରି ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ: ଛେଚିବ 6 ଜିଲ୍ଲାରେ
ଗତ ୨୪ଘଣ୍ଟାରେ ନୟାଗଡ଼ ଜିଲ୍ଲାର ଦଶପଲ୍ଲାଠାରେ ସର୍ବାଧିକ ୫୬.୮ ମିମି ଏବଂ କୋରାପୁଟ ଜିଲ୍ଲାର ସିମିଲିଗୁଡାଠାରେ ୨୬.୦ ମିମି ବର୍ଷା ରେକର୍ଡ କରାଯାଇଛି । ଗତ ୨୪ ଘଣ୍ଟାରେ ସର୍ବୋଚ୍ଚ ଦିନ ତାପମାତ୍ରା ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଏବଂ ନୟାଗଡ଼ଠାରେ ୩୫.୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।ମୌସୁମୀ ଟ୍ରଫ ଲାଇନ ଆଜି ସମୁଦ୍ର ପତ୍ତନରେ ଫିରୋଜପୁରରୁ କଇଥଲା, ମରଦବାଦ, ଗଣ୍ଡା, ଗୟା, ଶାନ୍ତିନିକେତନ, ଦେଇ ଉତ୍ତର-ପୂର୍ବ ବଙ୍ଗୋପସାଗର ଯାଏ ଲମ୍ବିଛି । ଗୋଟିଏ ଘୁର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ୪.୫କିମି ଏବଂ ୫.୮ କିମି ମଧ୍ୟରେ ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ପ୍ରଦେଶ ଉପରେ ରହିଛି ।ଏକ ଉତ୍ତର-ଦକ୍ଷିଣ ଟ୍ରଫ ଲାଇନ ଆଜି ଉତ୍ତର ବିହାରରୁ ଝାଡ଼ଖଣ୍ଡ, ଗଙ୍ଗଟିକ୍ୱ ପଶ୍ଚିମବଙ୍ଗ, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ମଧ୍ୟ ଦେଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପର୍ଯ୍ୟନ୍ତ ସମୁଦ୍ର ପତ୍ତନଠାରୁ ବାୟୁମଣ୍ଡଳର ୩.୧ କିମି ଯାଏ ବ୍ୟାପିଛି। ଏହି ଘୁର୍ଣ୍ଣିବଳୟ ଏବଂ ଉତ୍ତର-ଦକ୍ଷିଣ ଟ୍ରଫ ଲାଇନ ପ୍ରଭାବରେ ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତାର ଆଖ ପାଖ ଅଞ୍ଚଳରେ ଗୋଟିଏ ଲଘୁଚାପ-କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।ଆଗାମୀ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ, ମାଲକାନଗିରି, ନୂଆପଡା, କେନ୍ଦୁଝର, ମୟୁରଭଞ୍ଜ, ବରଗଡ, ଏବଂ ବଲାଙ୍ଗୀର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି । ଏହାଛଡା ବିଜୁଳି-ଘଡଘଡି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ପାଇଁ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଏବଂ ପୁରୀ ଜିଲ୍ଲା ପାଇଁ ୟେଲୋ ବର୍ଣ୍ଣିଙ୍ଗ ଜାରି କରଯାଇଛି ।ଗୁରୁବାର ଓଡ଼ିଶାର ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ କୋରାପୁଟ, କେନ୍ଦ୍ରାପଡା, ଯାଜପୁର, ଭଦ୍ରକ, ଅନୁଗୁଳ, ଏବଂ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଙ୍ଗ ଜାରି କରାଯାଇଛି ।
ଭୁବନେଶ୍ବରରୁ ସଞ୍ଜିବ ରାୟ, ଇଟିଭି ଭାରତ

ABOUT THE AUTHOR

...view details