ଭୁବନେଶ୍ବର: ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ବାୟୁ ସକ୍ରିୟ ରହିବା ସହ ଆଜି ସାରା ରାଜ୍ୟରେ ପ୍ରବେଶ କରିଛି। ଏହାର ପ୍ରଭାବରେ ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା। ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।
ସାରା ରାଜ୍ୟରେ ମୌସୁମୀ ସକ୍ରିୟ, ଆସନ୍ତା 16 ଯାଏଁ ବର୍ଷା - odisha monsoon update
ରାଜ୍ୟରେ ସକ୍ରିୟ ହେଲା ମୋସୁମୀ ବାୟୁ । ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପ୍ରଭାବରେ ଆସନ୍ତା 16 ଯାଏ ବର୍ଷିବ । ଅଧିକ ପଢନ୍ତୁ...
ସାରା ରାଜ୍ୟକୁ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ, ପ୍ରଭାବରେ ଆସନ୍ତା 16 ଯାଏ ବର୍ଷା
ଆସନ୍ତାକାଲି ସକାଳ ୮ଟା ୩୦ ସୁଦ୍ଧା ୨୧ ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ବରଗଡ଼, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜରେ ଅତି ପ୍ରବଳ ବର୍ଷା ଏବଂ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ଵର, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀରେ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ଆସନ୍ତା ୧୬ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଲାଗିରହିବ ବର୍ଷା । ୧୫ ତାରିଖ ପର୍ଯ୍ୟନ୍ତ ସମୁଦ୍ରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରିଛି ପାଣିପାଗ ବିଭାଗ ।
ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ