ଓଡିଶା

odisha

ETV Bharat / city

ଓଡିଶା ଛୁଇଁଲା ମୌସୁମୀ, ଭିଜିଲା 11 ଜିଲ୍ଲା

ଖରାରେ ସିଝିଲା ପରେ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ବସ୍ତି । ତାତିରୁ ମିଳିଛି ତ୍ରାହି । ରାଜ୍ୟରେ ଆରମ୍ଭ ହୋଇଛି ମୌସୁମୀ ବର୍ଷା ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବେନଶ୍ବର

By

Published : Jun 21, 2019, 5:55 PM IST

ଭୁବନେଶ୍ବର: ରାଜ୍ୟରେ ଆରମ୍ଭ ହୋଇଛି ମୌସୁମୀ ବର୍ଷା । ଉପକୂଳର ୧୧ ଟି ଜିଲ୍ଲା ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ଵର, ଗଞ୍ଜାମ, ଗଜପତି, ନୟାଗଡ, ଯାଜପୁର, କେନ୍ଦ୍ରାପଡା ବର୍ଷା ଜାରି ରହିଛି । ଏହା ସହ ମାଲକାନଗିରି, କୋରାପୁଟ, ରାୟଗଡା, ଢେଙ୍କାନାଳ, ମୟୁରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ଅନୁଗୋଳ ଏବଂ କେଉଁଝରରେ ମୌସୁମୀ ପ୍ରଭାବରେ ଦିନ ତମାମ ବର୍ଷା ଲାଗି ରହିଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

ବିଶେଷକରି ଦକ୍ଷିଣ ଓଡିଶାରୁ ଉପକୂଳ ଏବଂ ଉତ୍ତର ଓଡିଶାକୁ ମୌସୁମୀ ଛୁଇଁଛି । ଆସନ୍ତା ୪୮ ଘଣ୍ଟା ମଧ୍ୟରେ ବାକି ଜିଲ୍ଲା ଗୁଡିକୁ ମୌସୁମୀ ଛୁଇଁବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
ତେବେ ଉପକୂଳ ଏବଂ ଦକ୍ଷିଣ ଓଡିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହା ସହ ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପର ପ୍ରଭାବ ବଳବତ୍ତର ରହିବ ବୋଲି ଜଣାପଡିଛି ।

ଭୁବନେଶ୍ବରରୁ ସଞ୍ଜୀବ ରାୟ, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details