ଭୁବନେଶ୍ବର: ରାଜଧାନୀସ୍ଥିତ ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରୋଡ୍ ନିକଟରୁ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର । ପରିଚୟ ଅସ୍ପଷ୍ଟ ଥିବାବେଳେ ଖବର ପାଇ ପୋଲିସ ପହଞ୍ଚି ଆରମ୍ଭ କରିଛି ତଦନ୍ତ ।
ଅନ୍ଧାରୁଆରୁ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର - ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ଭୁବନେଶ୍ବର
ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆରୁ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର । ମୃତ୍ୟୁର କାରଣ ଅସ୍ପଷ୍ଟ । ଅଧିକ ପଢନ୍ତୁ....
![ଅନ୍ଧାରୁଆରୁ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ଅନ୍ଧାରୁଆରୁ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର](https://etvbharatimages.akamaized.net/etvbharat/prod-images/768-512-11498271-154-11498271-1619096662446.jpg)
ଅନ୍ଧାରୁଆରୁ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର
ସୂଚନା ଅନୁଯାୟୀ ଆଜି(ଗୁରୁବାର) ଚନ୍ଦକା ଥାନା ଅନ୍ତର୍ଗତ ଅନ୍ଧାରୁଆ ଦାସପୁର ରୋଡ ନିକଟରୁ ଏକ ଖଣ୍ଡ ବିଖଣ୍ଡିତ ମୃତଦେହ ଉଦ୍ଧାର ହୋଇଛି । ପାରିପାର୍ଶ୍ବିକ ପରିସ୍ଥିତିକୁ ଲକ୍ଷ୍ୟକରି ଦୁର୍ଘଟଣାରୁ ଏପରି ଘଟିଥାଇ ପାରେ ବୋଲି ପୋଲିସ ସନ୍ଦେହ କରୁଥିବାବେଳେ ସ୍ଥାନୀୟ ଲୋକେ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ କରୁଛନ୍ତି । ମାତ୍ର ଏଯାବତ ମୃତକଙ୍କ ପରିଚୟ ମିଳିପାରି ନାହିଁ । ଅନ୍ୟପଟେ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ରିପୋର୍ଟ ଆସିଲେ ମୃତ୍ୟୁର କାରଣ ସ୍ପଷ୍ଟ ହେବ ବୋଲି ପୋଲିସ କହିଛି ।
ଭୁବନେଶ୍ବରରୁ ମନୋରଞ୍ଜନ ଶଙ୍ଖୁଆ, ଇଟିଭି ଭାରତ