ଓଡିଶା

odisha

ETV Bharat / city

ଦେବଭୂମିରେ NEP ଶୁଭାରମ୍ଭ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ - କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଉତ୍ତରାଖଣ୍ଡରେ ଶିକ୍ଷା ବର୍ଷ ୨୦୨୨-୨୩ ପାଇଁ ଜାତୀୟ ଶିକ୍ଷା ନୀତି-୨୦୨୦ (ଏନଇପି) କ୍ରିୟାନ୍ବୟନର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଅଧିକ ପଢନ୍ତୁ

ଦେବଭୂମିରେ ଏନଇପି କ୍ରିୟାନ୍ବୟନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର
ଦେବଭୂମିରେ ଏନଇପି କ୍ରିୟାନ୍ବୟନର ଶୁଭାରମ୍ଭ କଲେ ଧର୍ମେନ୍ଦ୍ର

By

Published : Oct 17, 2022, 8:35 AM IST

Updated : Oct 17, 2022, 9:05 AM IST

ଡେରାଡୁନ:ଜାତୀୟ ଶିକ୍ଷା ନୀତି ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ଗଠନ କରିବ । ଶିକ୍ଷା ବ୍ୟବସ୍ଥାକୁ ନୂଆ ରୂପ ଦେବା ତଥା ଛାତ୍ରଛାତ୍ରୀଙ୍କ ଉତ୍ତମ ଭବିଷ୍ୟତ ଗଠନରେ ପଥ ପରିଷ୍କାର କରିବା ପାଇଁ ରବିବାର ଉତ୍ତରାଖଣ୍ଡରେ ଶିକ୍ଷା ବର୍ଷ ୨୦୨୨-୨୩ ପାଇଁ ଜାତୀୟ ଶିକ୍ଷା ନୀତି-୨୦୨୦ (ଏନଇପି) କ୍ରିୟାନ୍ବୟନର ଶୁଭାରମ୍ଭ କରିଛନ୍ତି କେନ୍ଦ୍ର ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଜାତୀୟ ଶିକ୍ଷା ନୀତି ହେଉଛି ଦାର୍ଶନିକ ଦସ୍ତାବିଜ, ଯାହା ଜ୍ଞାନ ଆଧାରିତ ଅର୍ଥନୀତି ଓ ସମାଜ ଗଠନ ଦିଗରେ ସହାୟକ ହେବ। ଦେବଭୂମି ଓ ଜ୍ଞାନଭୂମି ଉତ୍ତରାଖଣ୍ଡ ଜାତୀୟ ଶିକ୍ଷା ନୀତିକୁ କାର୍ଯ୍ୟକାରୀ କରିବା ଖୁସିର ବିଷୟ । ନୂଆ ଶିକ୍ଷା ନୀତି ଆଧାରରେ ପିଲାଙ୍କୁ ୩ ବର୍ଷରୁ ୬ ବର୍ଷ ପର୍ଯ୍ୟନ୍ତ ମୌଳିକ ଶିକ୍ଷା ପ୍ରଦାନ କରାଯିବ । ଖେଳ ଶିକ୍ଷାକୁ ପ୍ରାଥମିକତା ଦିଆଯିବ । ଏହି ତିନି ବର୍ଷର ଅବଧିକୁ ଶିକ୍ଷା ନୀତିରେ ବାଲବାଟିକା ଭାବରେ ଗ୍ରହଣ କରାଯାଇଛି । ପ୍ରଥମ ଥର ପାଇଁ ବାଲବାଟିକାକୁ ସ୍କୁଲ ବ୍ୟବସ୍ଥାରେ ଅନ୍ତର୍ଭୃକ୍ତ କରାଯାଇଛି । ଏହିପରି ଏକ ବ୍ୟବସ୍ଥାକୁ ଲାଗୁ କରିବାରେ ଦେଶର ପ୍ରଥମ ରାଜ୍ୟ ହେଉଛି ଉତ୍ତରାଖଣ୍ଡ । ନୂଆ ଶିକ୍ଷା ନୀତି ୩ରୁ ୨୩ ବର୍ଷ ପର୍ଯ୍ୟନ୍ତ ବ୍ୟକ୍ତିର ଜ୍ଞାନ, ଗୁଣାତ୍ମକ ଶିକ୍ଷା, କୌଶଳ ସହ କ୍ଷମତା ବଢ଼ାଇବାରେ ସହଯୋଗୀ ହେବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

ଏହା ବି ପଢନ୍ତୁ...Congress President Poll: ଆଜି ଭୋଟିଂ, 24 ବର୍ଷ ପରେ ଦଳକୁ ମିଳିବ ଅଣଗାନ୍ଧୀ ନେତୃତ୍ବ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆହୁରି କହିଛନ୍ତି, ବିଶ୍ବ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି । ଆମେ ଶିଳ୍ପ ବିପ୍ଳବ ୪.୦ର ମଧ୍ୟ ଭାଗରେ ଅଛୁ । ପ୍ରଯୁକ୍ତିବିଦ୍ୟା କ୍ରମାଗତ ଭାବରେ ଶିକ୍ଷାର ଦୃଶ୍ୟପଟ୍ଟକୁ ପରିବର୍ତ୍ତନ କରୁଛି । ଶିକ୍ଷା ଏବଂ ଡିଜିଟାଲ ବିଶ୍ବବିଦ୍ୟାଳୟ ପାଇଁ ଭାରତ ସରକାର ୨୬୦ ଟିଭି ଚ୍ୟାନେଲ ଆଣୁଛନ୍ତି । ଉତ୍ତରାଖଣ୍ଡ ଯୁବବର୍ଗ ଆଗାମୀ ଦିନର ଭବଷ୍ୟତର ଆହ୍ବାନକୁ ସାମ୍ନା କରିବା ପାଇଁ ସମର୍ଥ । ଆଜିର ଶୁଭାରମ୍ଭ ଏ ଦିଗରେ ଏକ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ । ଗଙ୍ଗୋତ୍ରି ଠାରୁ ଆରମ୍ଭ କରି ସୌରଜଗତ ଏବଂ ବିଶ୍ବକୁ ଆମର ଯୁବପିଢିଙ୍କୁ ଅନ୍ବେଷଣ କରିବାକୁ ହେବ । ଆମ ଶିକ୍ଷା ବ୍ୟବସ୍ଥା ପରିବର୍ତ୍ତନ ହେବା ସହ ଯୁବପିଢ଼ିଙ୍କ ଆକାଂକ୍ଷାକୁ ପୂରଣ କରିବ । ଉତ୍ତରାଖଣ୍ଡର ଶିକ୍ଷାନୁଷ୍ଠାନ ଛାତ୍ରଛାତ୍ରୀଙ୍କ ପାଇଁ ଡିଜିଟାଲ ଇକୋସିଷ୍ଟମ ବିକଶିତ କରିବା ପାଇଁ କେନ୍ଦ୍ରମନ୍ତ୍ରୀ ଆହ୍ବାନ କରିଛନ୍ତି ।

ଏହି ଗସ୍ତ କାଳରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଚାର୍ଯ୍ୟ କୁଲମ ବାର୍ଷିକ ସମାରୋହରେ ଯୋଗ ଦେଇଥିଲେ । ଏହା ସହ ଉତ୍ତରାଖଣ୍ଡ ଶିକ୍ଷାମନ୍ତ୍ରୀଙ୍କ ସହ ରାନିପୁରସ୍ଥିତ ହରିଦ୍ବାର ରାଜକୀୟ ଇଣ୍ଟର କଲେଜ ପରିଦର୍ଶନ କରି ଛାତ୍ରଛାତ୍ରୀଙ୍କ ସହିତ କଥା ହୋଇଥିଲେ।

Last Updated : Oct 17, 2022, 9:05 AM IST

ABOUT THE AUTHOR

...view details