ଓଡିଶା

odisha

ETV Bharat / city

ପୁରୀ ଢାଞ୍ଚାରେ ହେବ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡର ପରିବର୍ତ୍ତନ - ଆଇନ ବିଭାଗର

ବାରମ୍ବାର ପ୍ରଭୁ ଲିଙ୍ଗରାଜଙ୍କୁ ଉପବାସ ରଖିବା ପରେ ଚେତିଛି ଆଇନ ବିଭାଗ । ଶ୍ରୀମନ୍ଦିର ପରିଚାଳନା ଢାଞ୍ଚାରେ ପରିଚାଳିତ ହେବ ଲିଙ୍ଗରାଜ ମନ୍ଦିର । ଏନେଇ ଚାଲିଛି ପ୍ରସ୍ତୁତି ।

ଫଟୋ ସୌଜନ୍ୟ: ସମ୍ବାଦଦାତା, ଭୁବନେଶ୍ବର

By

Published : Sep 10, 2019, 10:33 PM IST

ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିର ଢାଞ୍ଚାରେ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିଚାଳନା ପାଇଁ ଏକ ଆଇନ ଖୁବ ଶୀଘ୍ର ପ୍ରଣୟନ କରାଯିବ ବୋଲି ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି । ଆଜି ଲୋକସେବା ଭବନରେ ଅନୁଷ୍ଠିତ ଏକ ବୈଠକରେ ଅଧ୍ୟକ୍ଷତା କରି ମନ୍ତ୍ରୀ କହିଛନ୍ତି ଯେ, ଲିଙ୍ଗରାଜଙ୍କ ମନ୍ଦିର ପୁରୀ ଶ୍ରୀମନ୍ଦିର ସମସାମୟିକ ହୋଇଥିବାରୁ ଏପରି ଆଇନ ପ୍ରଣୟନର ଆବଶ୍ୟକତା ରହିଛି । ଏହି ବୈଠକରେ ବିଜ୍ଞାନ କାରିଗରୀ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ଆଇନ ମନ୍ତ୍ରୀଙ୍କ ପ୍ରସ୍ତାବକୁ ସମର୍ଥନ କରିଥିଲେ।

ନିଷ୍ପତ୍ତି ଅନୁସାରେ ଟ୍ରଷ୍ଟ ବୋର୍ଡର ପୁନର୍ଗଠନ କରିବା ପାଇଁ ଆଇନ ପ୍ରସ୍ତୁତି ପାଇଁ ଟ୍ରଷ୍ଟବୋର୍ଡ ଆଇନ ବିଭାଗକୁ ଦେବୋତ୍ତର କମିଶନରଙ୍କ ମାଧ୍ୟମରେ ପ୍ରସ୍ତାବ ଦେବେ । ମନ୍ଦିର ଆଇନ ସମ୍ବନ୍ଧରେ ଅଭିଜ୍ଞତା ରହିଥିବା ଆଇନିଜ୍ଞଙ୍କୁ ସମ୍ପୃକ୍ତ କରି ଏକ କମିଟି ଗଠନ କରିବା ପାଇଁ ମନ୍ତ୍ରୀ ଶ୍ରୀ ପଣ୍ଡା ବୈଠକରେ ପରାମର୍ଶ ଦେଇଥିଲେ । ମନ୍ଦିର ଚତୁଃପାର୍ଶ୍ବରୁ ଜବରଦଖଲ ଉଚ୍ଛେଦ, ପ୍ରତ୍ନତତ୍ତ୍ୱ ବିଭାଗ ଦ୍ବାରା ରକ୍ଷଣାବେକ୍ଷଣ, ମାର୍କେଟ କମ୍ପ୍ଲେକ୍ସ ସମ୍ବନ୍ଧିତ ସମସ୍ୟାର ସମାଧାନ କରିବା ପାଇଁ ଆବଶ୍ୟକୀୟ ଯୋଜନା ପ୍ରସ୍ତୁତ ହୋଇଥିବା ଜଣାପଡିଛି।

ସେହିପରି ଘଟଗାଁ ତାରିଣୀ ମନ୍ଦିର କମିଟି ଓ ରେମୁଣା କ୍ଷୀରଚୋରା ଗୋପୀନାଥ ମନ୍ଦିରର ଟ୍ରଷ୍ଟ ବୋର୍ଡର ସମ୍ପୂର୍ଣ୍ଣ ପୁନଃର୍ଗଠନ ଓ ବିଭିନ୍ନ ସମସ୍ୟା ସମ୍ପର୍କରେ ଦେବତ୍ତୋର ବିଭାଗ ଦ୍ବାରା ତଦନ୍ତ କରିବା ପାଇଁ ବୈଠକରେ ନିଷ୍ପତ୍ତି ହୋଇଥିଲା।

ଏହି ବୈଠକରେ ବିଧାୟକ ବଦ୍ରୀ ନାରାୟଣ ପାତ୍ର, ରେମୁଣା ବିଧାୟକ ସୁଧାଂଶୁ ଶେଖର ପରିଡା, ରାଜ୍ୟ ଆଇନ ବିଭାଗର ପ୍ରମୁଖ ଶାସନ ସଚିବ ଶଶୀକାନ୍ତ ମିଶ୍ର, ଦେବୋତ୍ତର କମିଶନର ଚିତ୍ତରଞ୍ଜନ ମହାପାତ୍ର, ଭୁବନେଶ୍ବର ଅତିରିକ୍ତ ଜିଲ୍ଲାପାଳ ଅରୁଣ କୁମାର ବେହେରା, ମନ୍ଦିର ନିର୍ବାହୀ ଅଧିକାରୀ ପ୍ରଦୀପ କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ।


ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ

ABOUT THE AUTHOR

...view details