ଭୁବନେଶ୍ବର: ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବିନିଯୋଗ ହେବ 25କୋଟି । ସୂଚନା ଅନୁଯାୟୀ, ଶିକ୍ଷକ ପ୍ରଶିକ୍ଷଣ ପ୍ରତିଷ୍ଠାନ ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି ବିନିଯୋଗ ହେବ । ତେବେ ଏଥିରେ ୩୦୦ ଶିକ୍ଷକଙ୍କ ଅଡିଟୋରିୟମ, ୧୦୦ ଜଣ ଶିକ୍ଷକଙ୍କ ରହିବା ପାଇଁ ବ୍ୟବସ୍ଥା ସହିତ ୧୦ଟି କର୍ମଶାଳା କେନ୍ଦ୍ର ନିର୍ମାଣ କରାଯିବ ।
ଏଥିସହିତ ଶିକ୍ଷକ ମାନଙ୍କ କଲ୍ୟାଣ ପାଇଁ ମୁଖ୍ୟମନ୍ତ୍ରୀ ବଜ୍ର ଯୋଜନାର ଶୁଭାରମ୍ଭ ମଧ୍ୟ କରିଛନ୍ତି । ଏହି ଯୋଜନାରେ ଶିକ୍ଷକମାନେ ସେମାନଙ୍କର ଦିନକର ଦରମା ଏହି କଲ୍ୟାଣ ପାଣ୍ଠିକୁ ଦାନ କରିବେ । ଏହି ପାଣ୍ଠିରୁ ସେମାନଙ୍କ ବିଭିନ୍ନ ଆର୍ଥିକ ସମସ୍ୟା ସମୟରେ ସହାୟତା ଯୋଗାଇ ଦିଆଯିବ । ତେବେ ଏହି ଅବସରରେ ୫ଟି ଶ୍ରେଷ୍ଠ ଆଦର୍ଶ ବିଦ୍ୟାଳୟ ଓ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ହାସଲ କରିଥିବା ୫ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଛି ।