ଭୁବନେଶ୍ବର: ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାରେ 92,98,582 ପରିବାରର 3,24,73,370 ସଦସ୍ୟଙ୍କୁ ହିତାଧିକାରୀ ରୂପେ ଅନ୍ତର୍ଭୁକ୍ତ କରାଯାଇଛି। ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ମୋଟ 83,035 ଗୋଟି ପରିବାରର 3,12,301 ସଦସ୍ୟଙ୍କୁ ଅନ୍ତର୍ଭୁକ୍ତ କରାଯାଇଛି।
ଡିସେମ୍ବର 2019 ସୁଦ୍ଧା 7,18,605 ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ 22,000 ଯୋଗ୍ୟ ହିତାଧିକାରୀଙ୍କୁ ସାମିଲ କରାଯାଇଛି। ଏହାସହ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରୁ 24.98 ହଜାର ହିତାଧିକାରୀଙ୍କୁ ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାକୁ ସ୍ଥାନାନ୍ତରିତ କରାଯାଇଛି।