ଭୁବନେଶ୍ବର: ରାଜ୍ୟ କ୍ୟାବିନେଟ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟରେ କ୍ରୀଡା ଉପରେ ଅଧିକ ଗୁରୁତ୍ବ ଦେଇଛନ୍ତି । ରାଜ୍ୟରେ ୮୯ଟି ଇନଡୋର ଷ୍ଟାଡ଼ିୟମ ନିର୍ମାଣ ପ୍ରସ୍ତାବକୁ ଅନୁମୋଦନ କରିଛି କ୍ୟାବିନେଟ । ଏଥିପାଇଁ ୬୯୩.୩୫ କୋଟି ବ୍ୟୟ ବରାଦ କରାଯାଇଛି । ଯାହା ୧୮ ମାସ ମଧ୍ୟରେ ସଂପୂର୍ଣ୍ଣ କରାଯିବ ।
ରାଜ୍ୟ କ୍ୟାବିନେଟ ଦ୍ଵାରା ୮୯ ଗୋଟି ବହୁମୁଖୀ କ୍ରୀଡ଼ା, ବିପର୍ଯ୍ୟୟ ଆଶ୍ରୟସ୍ଥଳ ଏବଂ ଚିକିତ୍ସାଳୟ ଉପଯୋଗୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ନିମନ୍ତେ ଅନୁମୋଦନ ହୋଇଛି । ରାଜ୍ୟ କ୍ୟାବିନେଟ ଆଜି ରାଜ୍ୟ କ୍ରୀଡ଼ା ଭିତ୍ତିଭୂମି ବିକାଶ ପ୍ରକଳ୍ପ ଯୋଜନାରେ ୮୯ ଟି ବହୁମୁଖୀ ଇନଡୋର ଷ୍ଟାଡ଼ିୟମ ନିର୍ମାଣ ନିମନ୍ତେ ମଞ୍ଜୁରି ପ୍ରଦାନ କରିଛନ୍ତି । ଏଥିପାଇଁ ୬୯୩.୩୫ କୋଟି ବ୍ୟୟ ବରାଦ କରାଯାଇଛି । ୧୮ ମାସ ମଧ୍ୟରେ ସଂପୂର୍ଣ୍ଣ କରାଯିବ ବୋଲି କୁହାଯାଇଛି ।
ରାଜ୍ୟରେ କ୍ରୀଡ଼ା ବିକାଶ କ୍ଷେତ୍ରରେ ଏହା ଏକ ବଳିଷ୍ଠ ପଦକ୍ଷେପ । ରାଜ୍ୟ ସରକାର ଓଡ଼ିଶାରେ କ୍ରୀଡ଼ାର ବିକାଶ ନିମନ୍ତେ ନିରନ୍ତର ଧ୍ୟାନ କେନ୍ଦ୍ରୀତ କରିଆସୁଛନ୍ତି । ଗତ କିଛି ବର୍ଷ ମଧ୍ୟରେ ରାଜ୍ୟ କ୍ରୀଡ଼ାର ବିକାଶ ଏବଂ କ୍ରୀଡ଼ା ଆୟୋଜନର ଏକ ପ୍ରମୁଖ ସ୍ଥାନର ମାନ୍ୟତା ପାଇଛି । 5T କାର୍ଯ୍ୟସୂତ୍ରୀ ଅନୁଯାୟୀ ରାଜ୍ୟରେ କ୍ରୀଡ଼ା କ୍ଷେତ୍ରରେ ରୁପାନ୍ତରଣକୁ ସୁନିଶ୍ଚିତ କରିବା ପାଇଁ ଏହି ପ୍ରକଳ୍ପ ପରିକଳ୍ପନା କରାଯାଇଅଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଜନପ୍ରତିନିଧ ଓ କ୍ରୀଡ଼ାବିତମାନଙ୍କୁ ନେଇ ହୋଇଥିବା ପରାମର୍ଶ ଆଧାରରେ ଏହି କ୍ରୀଡ଼ା ଭିତ୍ତିଭୂମିର ଆବଶ୍ୟକୀୟ ନକ୍ସା ପ୍ରସ୍ତୁତ ହୋଇଅଛି ।