ଓଡିଶା

odisha

By

Published : Dec 21, 2021, 7:12 AM IST

ETV Bharat / city

ରାଜ୍ୟରେ ଧାନ କିଣା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଚାଷୀମାନଙ୍କ ସୁବିଧା ନିମନ୍ତେ ଅଧିକରୁ ଅଧିକ ସଂଖ୍ୟକ ମହିଳା ସ୍ବୟଂସହାୟକ ଗୋଷ୍ଠୀ, ଆରଏମସି ଏବଂ କୃଷି ବିପଣ ସଂସ୍ଥାମାନଙ୍କୁ ନିୟୋଜିତ କର । ଜିଲ୍ଲାପାଳ, ଜିଲ୍ଲାଯୋଗାଣ ଅଧିକାରୀ, ଏବଂ ସମବାୟ ବିଭାଗ ଅଧିକାରୀମାନଙ୍କୁ ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ ଜିଲ୍ଲାମାନଙ୍କରେ ଧାନକିଣା ସ୍ଥିତି ସମୀକ୍ଷା କରି ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଅଧିକ ପଢନ୍ତୁ

ରାଜ୍ୟରେ ଧାନ କିଣା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ
ରାଜ୍ୟରେ ଧାନ କିଣା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର: ଚାଷୀମାନଙ୍କ ସୁବିଧା ନିମନ୍ତେ ଅଧିକରୁ ଅଧିକ ସଂଖ୍ୟକ ମହିଳା ସ୍ବୟଂସହାୟକ ଗୋଷ୍ଠୀ, ଆରଏମସି ଏବଂ କୃଷି ବିପଣ ସଂସ୍ଥାମାନଙ୍କୁ ନିୟୋଜିତ କର । ଜିଲ୍ଲାପାଳ, ଜିଲ୍ଲାଯୋଗାଣ ଅଧିକାରୀ, ଏବଂ ସମବାୟ ବିଭାଗ ଅଧିକାରୀମାନଙ୍କୁ ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର । ଭିଡିଓ କନ୍ଫେରେନ୍ସିଂ ମାଧ୍ୟମରେ ଜିଲ୍ଲାମାନଙ୍କରେ ଧାନକିଣା ସ୍ଥିତି ସମୀକ୍ଷାକରି ଏହି ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ । ଧାନବିକ୍ରି କରିବା ପାଇଁ ଚାଷୀ ଯେମିତି ଅସୁବିଧାର ସମ୍ମୁଖୀନ ନହୁଏ ତା’ଉପରେ ଦୃଷ୍ଟି ରଖିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ଲୋକସେବା ଭବନରୁ ଓସୱାନ ପ୍ଲାଟଫର୍ମ ମାଧ୍ୟମରେ ମୁଖ୍ୟ ଶାସନ ସଚିବ ସମୀକ୍ଷା କରିଛନ୍ତି । ଏହି ଭିଡିଓ କନଫେରେନ୍ସିଂରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପ୍ରମୁଖ ଶାସନ ସଚିବ ବୀର ବିକ୍ରମ ଯାଦବ ବିଭିନ୍ନ ଜିଲ୍ଲାରେ ଧାନସଂଗ୍ରହ ସମ୍ବନ୍ଧିତ ବୈଷୟିକ ଏବଂ ପ୍ରଶାସନିକ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଛନ୍ତି ।

ରାଜ୍ୟରେ ଧାନ କିଣା ସ୍ଥିତି ସମୀକ୍ଷା କଲେ ମୁଖ୍ୟ ଶାସନ ସଚିବ

ସାଧାରଣତଃ ପଶ୍ଚିମ ଓ ଦକ୍ଷିଣ ଓଡିଶା ଜିଲ୍ଲାମାନଙ୍କରେ ନଭେମ୍ବର-ଡିସେମ୍ବରରୁ ଜାନୁଆରୀ-ଫେବୃଆରୀ ପର୍ଯ୍ୟନ୍ତ, ଏବଂ ଉପକୂଳ ଜିଲ୍ଲାମାନଙ୍କରେ ଡିସେମ୍ବର-ଜାନୁଆରୀ ରୁ ମାର୍ଚ୍ଚ-ଏପ୍ରିଲ ପର୍ଯ୍ୟନ୍ତ ଧାନକିଣା ହୋଇଥାଏ । ସେହି ଅନୁସାରେ ବର୍ତ୍ତମାନ ବରଗଡ, ସମ୍ବଲପୁର, କଳାହାଣ୍ଡି, ସୁବର୍ଣ୍ଣପୁର, ସୁନ୍ଦରଗଡ, ନୂଆପଡା, ବଲାଙ୍ଗିର, ରାୟଗଡା ଆଦି ଜିଲ୍ଲାରେ ଧାନକିଣା ଅବ୍ୟାହତ ରହିଛି । ଅନ୍ୟାନ୍ୟ ଜିଲ୍ଲାରେ ଧାନକିଣା ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି । କୋରାପୁଟ, ମାଲକାନାଗିରି, ବାଲେଶ୍ବର, ବୌଦ୍ଧ ଆଦି ଜିଲ୍ଲାରେ ମଧ୍ୟ ବିଭିନ୍ନ ମଣ୍ଡିରେ ଧାନକିଣା ଚାଲିଛି । ବର୍ତ୍ତମାନ ସୁଦ୍ଧା ପ୍ରାୟ ୯୮ ହଜାର ଚାଷୀଙ୍କଠାରୁ ୫.୧୩ ଲକ୍ଷ ମାଟ୍ରିକ ଟନ ଧାନ ସଂଗ୍ରହ ସରିଛି । ବିଭିନ୍ନ ମଣ୍ଡିମାନଙ୍କରେ ଅଧିକ ସଂଖ୍ୟାରେ ମହିଳା ସ୍ବୟଂସହାୟକ ଗୋଷ୍ଠୀ, ଆରଏମସି କର୍ମଚାରୀ, ଯୋଗାଣ ସହାୟକ, କୃଷି ବିଭାଗ ଅଧିକାରୀ, ସମବାୟ ବିଭାଗ ଅଧିକାରୀ ଏବଂ ଅନ୍ୟାନ୍ୟ ବିଭାଗରୁ ଡାଟା ଏଣ୍ଟ୍ରି ଅପରେଟର ଆଦିଙ୍କୁ ମୁତୟନ କରିବା ପାଇଁ ମୁଖ୍ୟ ଶାସନ ସଚିବ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

ବ୍ୟବସ୍ଥାକୁ ଚାଷୀମାନଙ୍କ ନିମନ୍ତେ ଅଧିକ ସୁଗମ କରିବା ପାଇଁ ଜିଲ୍ଲାପାଳମାନେ ଜିଲ୍ଲାସ୍ତରରେ କାର୍ଯ୍ୟକରୁଥିବା ସଂସ୍ଥା ଓ ବିଭାଗମାନଙ୍କୁ ମଧ୍ୟ ମୁତୟନ କରିପାରିବେ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ଶାସନ ସଚିବ ଯାଦବ କହିଛନ୍ତି ଯେ, ଧାନକିଣା ପି-ପାସ ନାମକ ଅନଲାଇନ ବ୍ୟବସ୍ଥା ମାଧ୍ୟମରେ କରାଯାଇଛି । ଏହା ଏକ ସ୍ବୟଂକ୍ରିୟ ଓ ସରଳ ବ୍ୟବସ୍ଥା । ଏଥିରେ ଦୈନିକ ଧାନକିଣା ତଥ୍ୟ ଅପ୍ଲୋଡ ହୁଏ । ସେହି ତଥ୍ୟ ଭିତ୍ତିରେ ଚାଷୀମାନଙ୍କୁ ଧାନର ମୂଲ୍ୟ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟ ମାଧ୍ୟମରେ ସିଧାସଳଖ ପଠାଇ ଦିଆଯାଏ । ଅନ୍ୟ ବିଭାଗର ଅଧିକାରୀ ଓ କର୍ମଚାରୀମାନଙ୍କୁ ପ୍ରକ୍ରିୟା ବିଷୟରେ ତୁରନ୍ତ ଅନ୍ଲାଇନ୍ ତାଲିମ ଦିଆଯିବ । ଜିଲ୍ଲାସ୍ତରରେ ଥିବା ସମବାୟ ବିଭାଗ ଏବଂ ଯୋଗାଣ ବିଭାଗ ଅଧିକାରୀମାନେ ମଧ୍ୟ ଏଥିରେ ସକ୍ରିୟଭାବେ ସାମିଲ୍ ହେବେ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସ୍ବତନ୍ତ୍ର ଶାସନ ସଚିବ ରାଜେନ୍ଦ୍ର ମିଶ୍ର ବୈଠକରେ ଏ ନେଇ ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଛନ୍ତି । ଜିଲ୍ଲାପାଳମାନେ ନିଜ ନିଜ ଜିଲ୍ଲାର ଧାନକିଣା ପ୍ରସ୍ତୁତି ଓ ଅଗ୍ରଗତି ବିଷୟ ଜଣାଇଥିଲେ । ଆବଶ୍ୟକତା ଅନୁସାରେ ଜିଲ୍ଲାମାନଙ୍କୁ ସମସ୍ତ ପ୍ରକାର ବୈଷୟିକ ଓ ପ୍ରଶାସନିକ ସହାୟତା ଯୋଗାଇ ଦିଆଯିବ ବୋଲି ପ୍ରମୁଖ ଶାସନ ସଚିବ ଜଣାଇଛନ୍ତି ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details