ଓଡିଶା

odisha

By

Published : Dec 22, 2021, 4:13 PM IST

ETV Bharat / city

BSKY ହିତାଧିକାରୀଙ୍କୁ କୋଭିଡ ସହାୟତା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା (CM Naveen Patnaik launches distribution of livelihood assistance) ପ୍ରଦାନ କରିଛନ୍ତି । କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି । ଅଧିକ ପଢନ୍ତୁ

BSKY
BSKY

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏଁ ଆର୍ଥିକ ସହାୟତା (CM Naveen Patnaik launches distribution of livelihood assistance) ପ୍ରଦାନ କରିଛନ୍ତି । କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ ମୁଖ୍ୟମନ୍ତ୍ରୀ ଏହି ସହାୟତା ଦେଇଛନ୍ତି ।

BSKY ହିତାଧିକାରୀଙ୍କୁ କୋଭିଡ ସହାୟତା, ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ବିଜୁ ସ୍ବାସ୍ଥ କଲ୍ୟାଣ କାର୍ଡ (Biju Swasthya Kalyana Yojona) ନ ଥିବା କ୍ଷେତ୍ରରେ, ଜାତୀୟ ଖାଦ୍ୟ ସୁରକ୍ଷା କିମ୍ବା ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀମାନେ ମଧ୍ୟ ଏହି ସହାୟତା ପାଇପାରିବେ । ସାରା ରାଜ୍ୟର ୯୬ ଲକ୍ଷ ପରିବାର ଏହି ସହାୟତା ପାଇବେ । ଏଥିପାଇଁ ରାଜ୍ୟ ସରକାର ନିଜସ୍ବ ପାଣ୍ଠିରୁ ୯୬୦ କୋଟି ଟଙ୍କା ଖର୍ଚ୍ଚ କରିବେ । ଆସନ୍ତା ୭ ଦିନ ମଧ୍ୟରେ ଏହି ସହାୟତା ସମସ୍ତ ହିତାଧିକାରୀଙ୍କୁ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗରିବ ଲୋକଙ୍କ କଲ୍ୟାଣ ରାଜ୍ୟ ସରକାରଙ୍କ ସବୁଠାରୁ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟକ୍ରମ । କୋଭିଡର ପ୍ରଥମ ଓ ଦ୍ବିତୀୟ ଲହରୀ ଆମ ପାଇଁ ଆହ୍ବାନ ସୃଷ୍ଟି କରିଥିଲା ।

ଏହା ସେମାନଙ୍କ ଆର୍ଥିକ ଓ ସାମାଜିକ ଜୀବନ ଉପରେ ଗଭୀର ପ୍ରଭାବ ପକାଇଛି । ଗରିବ ଲୋକମାନେ ଏଥିରେ ବହୁତ କ୍ଷତି ସହିଛନ୍ତି । କୋଭିଡର ପ୍ରଭାବ ଏପର୍ଯ୍ୟନ୍ତ ମଧ୍ୟ ଯାଇନାହିଁ । ତେଣୁ ସେମାନଙ୍କର କଷ୍ଟକୁ ଦୂର କରିବା ପାଇଁ ରାଜ୍ୟ ସରକାର ଏହି ସହାୟତା ଯୋଗାଇ ଦେଉଛନ୍ତି । କାର୍ଯ୍ୟକ୍ରମରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯୋଗୁଁ କୋଭିଡ ପରିଚାଳନାରେ ଓଡିଶା ଦେଶର ମଡେଲ ହୋଇପାରିଛି । BSKY ଯୋଜନାର ଉଦାହରଣ ଦେଇ ସେ କହିଛନ୍ତି ଯେ, ଦେଶର ଅନ୍ୟ କୌଣସି ରାଜ୍ୟରେ ଜନସାଧାରଣଙ୍କୁ ଏତେ ବ୍ୟାପକ ଭାବରେ ସ୍ବାସ୍ଥ୍ୟସେବା ଯୋଜନାରେ ସାମିଲ କରାଯାଇପାରି ନାହିଁ । ପ୍ରଶାସନରେ ୫-ଟିର ପ୍ରୟୋଗ ଯୋଗୁଁ ସରକାରଙ୍କ ସମସ୍ତ ଲୋକାଭିମୁଖୀ କାର୍ଯ୍ୟକ୍ରମ ତ୍ବରାନ୍ବିତ ହୋଇପାରୁଛି । ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ତଥା ୫-ଟି ସଚିବ ଭିକେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ପ୍ରମୁଖ ସଚିବ ବୀର ବିକ୍ରମ ଯାଦବ ସ୍ବାଗତ ଭାଷଣ ଦେଇଛନ୍ତି । ବିଭାଗୀୟ ଅତିରିକ୍ତ ଶାସନ ସଚିବ ଧନ୍ୟବାଦ ଅର୍ପଣ କରିଛନ୍ତି । ଅନ୍ୟମାନଙ୍କ ମଧ୍ୟରେ ମନ୍ତ୍ରୀ ଓ ବିଧାୟକଗଣ, ୩୧୪ ବ୍ଲକର ହିତାଧିକାରୀଙ୍କ ସହ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏବଂ ଖାଦ୍ୟ ଉତ୍ପାଦନ କମିଶନର ଆରକେ ଶର୍ମା ପ୍ରମୁଖ ଯୋଗ ଦେଇଥିଲେ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details