ଓଡିଶା

odisha

ETV Bharat / city

Odisha Weather: ଆଜିଠୁ 2ଦିନ ବର୍ଷା ସମ୍ଭାବନା - ଓଡିଶାରେ ବର୍ଷା ସମ୍ଭାବନା

ପଶ୍ଚିମା ବାୟୁ ପ୍ରଭାବରେ ବୁଧବାରଠୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଅଧିକ ପଢନ୍ତୁ

Odisha Weather: ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା, 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
Odisha Weather: ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା, 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

By

Published : Feb 8, 2022, 7:44 PM IST

Updated : Feb 9, 2022, 7:32 AM IST

ଭୁବନେଶ୍ବର: ଆଜି(ବୁଧବାର) ଠାରୁ ୨ ଦିନ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ସମ୍ଭାବନା ରହିଛି । ପଶ୍ଚିମା ବାୟୁ ପ୍ରବାହରେ ବର୍ଷା ସମ୍ଭାବନା ଥିବାରୁ ରାଜ୍ୟର କିଛି ଜିଲ୍ଲାରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି । ଏଥିଲାଗି ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ବିଭାଗ ।

Odisha Weather: ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା, 8 ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ପଶ୍ଚିମା ବାୟୁ ପ୍ରବାହରେ ବର୍ଷା ସମ୍ଭାବନା ଥିବାରୁ ବୁଧବାର ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ଅନୁଗୋଳ, ଢେଙ୍କାନାଳ, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, କନ୍ଧମାଳରେ ଘନ କୁହୁଡି଼ ପରିଲକ୍ଷିତ ହେବା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ତେବେ ଆସନ୍ତା ୨ ଦିନ ମଧ୍ୟରେ ୨ ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ପରେ ୧୧ ତାରିଖରୁ ପୁଣି ୪ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବାର ସମ୍ଭାବନା ରହିଛି ।

ଅନ୍ୟପଟେ ରାଜ୍ୟରେ ପୁଣି ଅନୁଭୂତ ହେବ ଘନ କୁହୁଡି଼ । ଏହାକୁ ନଜରରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୯ ରେ ଆଭ୍ୟନ୍ତରୀଣ ଏବଂ ୧୦ରେ ଉପାନ୍ତରୁ ଉପକୂଳ ଯାଏଁ ରହିବ ପଶ୍ଚିମା ଝଡ଼ର ପ୍ରଭାବ । ୯ ଓ ୧୦ ତାରିଖରେ ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ମଧ୍ୟମ ଧରଣର ବର୍ଷା, ବଜ୍ରପାତ ଓ କୁଆପଥର ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଭୁବନେଶ୍ବରରୁ ଦେବସ୍ମିତା ରାଉତ, ଇଟିଭି ଭାରତ

Last Updated : Feb 9, 2022, 7:32 AM IST

ABOUT THE AUTHOR

...view details