ଭୁବନେଶ୍ବର:ଦୁର୍ନୀତି ପଡିଲା ମହଙ୍ଗା । ବିଭାଗୀୟ ପରେ ଏବେ ସରକାରୀ କାର୍ଯ୍ୟାନୁଷ୍ଠାନ । ଅତିରିକ୍ତ SP ତ୍ରିନାଥ ମିଶ୍ରଙ୍କୁ ବାଧ୍ୟତାମୂଳକ ଅବସର । ତ୍ରିନାଥଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ରାଜ୍ୟ ସରକାର । ଏପର୍ଯ୍ୟନ୍ତ ୧୫୨ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଇସାରିଲେଣି ରାଜ୍ୟ ସରକାର ।
ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରହିଛି । ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ଏବେ କଟକ ତୁଳସୀପୁରସ୍ଥିତ ଅତିରିକ୍ତ ଏସପି (ଯୋଗାଯୋଗ) ତ୍ରିନାଥ ମିଶ୍ରଙ୍କୁ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରୀରୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ବିଭିନ୍ନ ସ୍ତରରୁ ଅଭିଯୋଗ ଆସିବା ପରେ କଟକ, ଖୋର୍ଦ୍ଧା, ଯାଜପୁର, ଜଗତସିଂହପୁର ଓ ନବରଙ୍ଗପୁର ଆଦି ଜିଲ୍ଲାର ୧୧ଟି ସ୍ଥାନରେ ଥିବା ତାଙ୍କର ବିଭିନ୍ନ ସମ୍ପତ୍ତି ଉପରେ ଏକା ସମୟରେ ଯାଞ୍ଚ କରାଯାଇଥିଲା ।