ଭୁବନେଶ୍ବର:ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ବଢିବ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ । ଏଥିରେ ପ୍ରାୟ ୭.୫୦ ଲକ୍ଷ କେନ୍ଦୁପତ୍ର ଗୋଟାଳୀ ଉପକୃତ ହେବାକୁ ଥିବା ବେଳେ ସେମାନେ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ । ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଞ୍ଜୁର କରାଯାଇଛି ।
ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି । ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଞ୍ଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟରେ ବୃଦ୍ଧି କରାଯାଇଛି । ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ । ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା ।