ଭୁବନେଶ୍ବର: ପୁରୀ ଶ୍ରୀମନ୍ଦିର ଓ ଲିଙ୍ଗରାଜ ମନ୍ଦିର ପରେ ଏବେ ମା' ସମଲେଶ୍ବରୀ ମନ୍ଦିରର ହେବ ବିକାଶ କାମ । ଏଥିପାଇଁ 200 କୋଟି ଟଙ୍କାର ‘ସମଲେଇ ଯୋଜନା’ ପ୍ରସ୍ତୁତ କରିଛନ୍ତି ରାଜ୍ୟ ସରକାର । ୨୦୨୧-୨୨ ଆର୍ଥିକ ବର୍ଷରେ 2ଶହ କୋଟି ଖର୍ଚ୍ଚ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି ।
କୋଟି ଓଡିଆଙ୍କ ଆସ୍ଥା ଓ ବିଶ୍ବାସର କେନ୍ଦ୍ର ମା' ସମଲେଇ । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଭକ୍ତମା'ଙ୍କ ଦର୍ଶନ ପାଇଁ ଆସିଥାନ୍ତି । ନବରାତ୍ରୀ, ଦଶହରା, ନୂଆଖାଇ ଓ ଗୁରୁତ୍ବପୂର୍ଣ୍ଣ ପର୍ବପର୍ବାଣୀମାନଙ୍କରେ ମାଙ୍କ ପୀଠରେ ଭକ୍ତ ସମାଗମ ବୃଦ୍ଧି ହୋଇଥାଏ । ପୁରୀର ଶ୍ରୀଜଗନ୍ନାଥ ଓ ଭୁବନେଶ୍ବରର ଶ୍ରୀ ଲିଙ୍ଗରାଜ ମନ୍ଦିର ପରେ ୫-ଟି ଉପକ୍ରମ ଅଧୀନରେ ରାଜ୍ୟର ଅନ୍ୟତମ ପ୍ରସିଦ୍ଧ ଦେବୀ ପୀଠ ସମ୍ବଲପୁରର ମା' ସମଲେଇଙ୍କ ମନ୍ଦିର ଅଞ୍ଚଳର ବିକାଶ ପାଇଁ ରାଜ୍ୟ ସରକାର ଯୋଜନା ପ୍ରସ୍ତୁତ କରିଛନ୍ତି ।
ଏ ସଂପର୍କରେ ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତ ଚିଠା ପ୍ରସ୍ତାବକୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟରେ ଉପସ୍ଥାପନା କରାଯାଇଥିଲା । ୨୦୨୧-୨୨ ଆର୍ଥିକ ବର୍ଷରେ ୨୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇ ସମଲେଶ୍ବରୀଙ୍କ ପୀଠ ତଥା ଆଖପାଖର ୧୦୮ ଏକର ଜମିରେ ବିକାଶ କରାଯିବ। ଏହି ଯୋଜନାରେ ମାଙ୍କ ମନ୍ଦିରର ସୌନ୍ଦର୍ଯ୍ୟକରଣ, ସ୍ଥାନୀୟ ଲୋକଙ୍କ ଆର୍ଥିକ ବିକାଶ ତଥା ପର୍ଯ୍ୟଟକ ଓ ଭକ୍ତ ମାନଙ୍କ ପାଇଁ ଏକ ଅନନ୍ୟ ଅନୁଭୂତି ହେବା ଉଦ୍ଦେଶ୍ୟରେ ଏହି ପ୍ରକଳ୍ପ କାର୍ଯ୍ୟ କରିବ।
୧. ମା ଙ୍କ ମନ୍ଦିରର ସୁରକ୍ଷା ଓ ବିକାଶ
ମା' ଙ୍କ ମନ୍ଦିର ଅଞ୍ଚଳ ୧୨ ଏକର ଜମି ଉପରେ ପ୍ରତିଷ୍ଠିତ । ତେଣୁ ଏଠାରୁ ଆସୁଥିବା ଭକ୍ତମାନେ ଯେଭଳି ସୁବିଧାରେ ମା'ଙ୍କର ଦର୍ଶନ କରିପାରିବେ, ସେଥିପାଇଁ ଧାଡି ପରିଚାଳନା ବ୍ୟବସ୍ଥା, ବିଭିନ୍ନ ଧାର୍ମିକ ଉତ୍ସବ ଅନୁଷ୍ଠାନ ପାଇଁ ସ୍ଥାନ ସହିତ ଭୋଗମଣ୍ଡପ ଓ ପୂଜାରୀଙ୍କ ବିଶ୍ରାମଗୃହ ନିର୍ମାଣ କରାଯିବ । ମନ୍ଦିରର ଚାରି ଦିଗରେ ୪ଟି ସୁଦୃଶ୍ୟ ଐତିହ୍ୟ ଦ୍ବାର ନିର୍ମାଣ କରାଯିବ । ଭକ୍ତମାନେ ପୂର୍ବଦ୍ବାର ଦେଇ ମନ୍ଦିରକୁ ପ୍ରବେଶ କରିବେ ଏବଂ ଅନ୍ୟ ୩ଟି ଦ୍ବାର ଦେଇ ବାହାରକୁ ବାହାରିବେ ।
୨. ଐତିହ୍ୟ କରିଡ଼ର
ମନ୍ଦିର ଚାରିପଟେ ଭକ୍ତମାନେ ଯେପରି ସୁବିଧାରେ ପରିକ୍ରମା କରିପାରିବେ, ସେଥିପାଇଁ ୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏକ ପାଦଚଲା ରାସ୍ତା ନିର୍ମାଣ କରାଯିବ । ସମ୍ବଲପୁରର ଜଳବାୟୁକୁ ଦୃଷ୍ଟିରେ ରଖି ପରିକ୍ରମା ପଥରେ ଛାୟାପ୍ରଦ ବୃକ୍ଷ ଆଦି ରୋପଣ କରାଯିବ।
୩. ଯାତ୍ରୀ ସୁବିଧା
ଯାତ୍ରୀମାନଙ୍କ ପାଇଁ ସେଠାରେ ପର୍ଯ୍ୟାପ୍ତ ସୁବିଧାର ବିକାଶ କରାଯିବ ଏବଂ ତାସହିତ ପାର୍କିଂ ଜାଗା, ସ୍ବତନ୍ତ୍ର ଭେଣ୍ଡିଙ୍ଗ ଜୋନ, ଶୌଚାଳୟ, ସୂଚନା କେନ୍ଦ୍ର, ଦାନ କେନ୍ଦ୍ର ଇତ୍ୟାଦି ବ୍ୟବସ୍ଥା ରଖାଯିବ । ତାସହିତ ମନ୍ଦିର ପାଖରେ ଯାତ୍ରୀନିବାସର ମଧ୍ୟ ସୁବିଧା ଉପଲବ୍ଧ ହେବ ।
୪. ସେବାୟତ ପରିବାର ପାଇଁ ବାସଗୃହ
ମନ୍ଦିର ନିକଟରେ ରହୁଥିବା ସେବାୟତମାନଙ୍କ ପାଇଁ ସୁରକ୍ଷିତ ବାସଗୃହ ପ୍ରକଳ୍ପ ହାତକୁ ନିଆଯିବ ଏବଂ ଏଥିରେ ସମସ୍ତ ପ୍ରକାର ମୌଳିକ ସୁବିଧାର ବିକାଶ କରାଯିବ ।
୫. ମନ୍ଦିର ଓ ମହାନଦୀ ସଂଯୋଗ ରାସ୍ତା