ଓଡିଶା

odisha

By

Published : Jan 3, 2022, 3:00 PM IST

ETV Bharat / city

କନିଷ୍ଠ ଶିକ୍ଷକଙ୍କ ଦରମା 50% ବୃଦ୍ଧି, ଉପକୃତ ହେବେ ୩୩,୦୩୮ ଶିକ୍ଷକ

ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅଧିକ ପଢ଼ନ୍ତୁ

କନିଷ୍ଠ ଶିକ୍ଷକଙ୍କ ଦରମା ୫୦ ପ୍ରତିଶତ ବୃଦ୍ଧି, ଉପକୃତ ହେବେ ୩୩,୦୩୮ ଶିକ୍ଷକ
କନିଷ୍ଠ ଶିକ୍ଷକଙ୍କ ଦରମା ୫୦ ପ୍ରତିଶତ ବୃଦ୍ଧି, ଉପକୃତ ହେବେ ୩୩,୦୩୮ ଶିକ୍ଷକ

ଭୁବନେଶ୍ବର: ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକରେ ଶିକ୍ଷାଦାନରେ ନିୟୋଜିତ କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ନିଷ୍ପତ୍ତି ଅନୁଯାୟୀ କନିଷ୍ଠ ଶିକ୍ଷକ (ଚୁକ୍ତିଭିତ୍ତିକ) ଏବଂ କନିଷ୍ଠ ଶିକ୍ଷକମାନଙ୍କ ଦରମାରେ ୫୦ ପ୍ରତିଶତ ବୃଦ୍ଧି କରାଯାଇଛି । ୨୦୨୨ ଜାନୁଆରୀ ପହିଲାରୁ ଏହି ବର୍ଦ୍ଧିତ ଦରମା କାର୍ଯ୍ୟକାରୀ ହେବ ।

ନିଷ୍ପତ୍ତି ଅନୁଯାୟୀ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ମାନଙ୍କ ବର୍ତ୍ତମାନ ଦରମା ୭୪୦୦ ଟଙ୍କା ଥିବାବେଳେ ଏହା ୧୧,୦୦୦ ଟଙ୍କାକୁ ବୃଦ୍ଧି ହେବ । ସେହିପରି ନିୟମିତ କନିଷ୍ଠ ଶିକ୍ଷକମାନଙ୍କ ଦରମା ୯,୨୦୦ ଟଙ୍କା ଥିବାବେଳେ ଏହା ୧୩,୮୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୧୬୮ କୋଟି ଟଙ୍କା ଖର୍ଚ୍ଚ କରିବେ ।

ଏହି ନିଷ୍ପତ୍ତି ଦ୍ବାରା ୧୩,୩୨୪ ଜଣ ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକ ଉପକୃତ ହେବାବେଳେ, ୧୯,୭୧୪ କନିଷ୍ଠ ଶିକ୍ଷକ ଉପକୃତ ହେବେ । ସମୁଦାୟ ୩୩,୦୩୮ ଜଣ କନିଷ୍ଠ ଶିକ୍ଷକଙ୍କ ଦରମାରେ ବୃଦ୍ଧି ହେବ ।

ଭୁବନେଶ୍ବରରୁ ଭବାନୀ ଶଙ୍କର ଦାସ, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details