ଓଡିଶା

odisha

ETV Bharat / city

‘ଟିକାକରଣ ନେଇ ଓଡିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ’ - said CM Naveen Patnaik

ଟୀକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବେ କାର୍ଯ୍ୟକାରୀ କରିବା ପାଇଁ ଓଡିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ । ଅଧିକ ପଢନ୍ତୁ...

ଟିକାକରଣ ନେଇ ଓଡିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ କହିଲେ ନବୀନ
ଟିକାକରଣ ନେଇ ଓଡିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ କହିଲେ ନବୀନ

By

Published : Jan 6, 2021, 7:29 PM IST

ଭୁବନେଶ୍ବର: ରାଜ୍ୟରେ କୋଭିଡ ସ୍ଥିତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟିକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବେ କାର୍ଯ୍ୟକାରୀ କରିବା ପାଇଁ ଓଡିଶା ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ।

ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲି ଥିବାବେଳେ ଖୁବ୍‌ଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି । ତେଣୁ ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ କରିଛନ୍ତି।

ଏହାଛଡା ଇଂଲଣ୍ଡ ତଥା ଇଉରୋପରେ କୋଭିଡର ଦ୍ବିତୀୟ ପର୍ଯ୍ୟାୟ ସଂକ୍ରମଣ ଆରମ୍ଭ ହୋଇଯାଇଛି ଏବଂ କେତେକ ଦେଶରେ ମଧ୍ୟ ପୁଣି ଫେରିଛି ଲକଡାଉନ। ତେଣୁ ଆମକୁ ଅଧିକ ସତର୍କତାର ସହିତ କୋଭିଡ ଗାଇଡଲାଇନ ପାଳନ କରିବାକୁ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସମସ୍ତଙ୍କ ସହଯୋଗରେ ଆମେ କୋଭିଡ ସଂକ୍ରମଣକୁ ସଫଳ ଭାବରେ ବର୍ତ୍ତମାନ ପର୍ଯ୍ୟନ୍ତ ନିୟନ୍ତ୍ରଣ କରିପାରିଛୁ । ଏହି ସଫଳତା ପାଇଁ କଠିନ ପରିଶ୍ରମ କରିଥିବା ସ୍ବାସ୍ଥ୍ୟକର୍ମୀ, ଡାକ୍ତର ଏବଂ ଆଗଧାଡିରେ ରହି କାମ କରୁଥିବା ସମସ୍ତ କୋଭିଡ ଯୋଦ୍ଧାଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କୋଭିଡ ଟିକା ଲୋକଙ୍କ ଭିତରେ ବିପୁଳ ଆଶା ସଞ୍ଚାର କରିଛି। ଏହି ଟୀକା ଉତ୍ପାଦନରେ ଭାରତ ପୃଥିବୀର ଆଗୁଆ ଦେଶ ହୋଇଛି । ଏହି ଟିକାକରଣ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରୀ କରିବା ପାଇଁ ଓଡିଶା ସଂପୂର୍ଣ୍ଣ ପ୍ରସ୍ତୁତ । ତେଣୁ ଟିକା ସମ୍ପର୍କରେ ଲୋକଙ୍କ ଭିତରେ ଥିବା ଭ୍ରାନ୍ତ ଧାରଣାକୁ ଦୂର କରିବା ପାଇଁ ବ୍ୟାପକ ସଚେତନତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଆରୋପ କରିଛନ୍ତି ।

ଭୁବନେଶ୍ବରରୁ ତପନ କୁମାର ଦାସ, ଇଟିଭି ଭାରତ

ABOUT THE AUTHOR

...view details